ସଂକ୍ରିଗୁଡ଼ା ଯିବାକୁ ଆଣ୍ଠୁଏ କାଦୁଅ

ଜୁନାଗଡ,୧୦।୧୦(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଦୀର୍ଘବର୍ଷ ହେବ ଏହି ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ସମସ୍ୟା ଦେଖାଦେଇଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଜଙ୍ଗଲ ପାଦଦେଶରେ ଥିବା ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମର ଜନସଂଖ୍ୟା ପ୍ରାୟ ୫ଶହ। ଏହି ଗ୍ରାମକୁ ଯାଇଥିବା ରାସ୍ତାଟି ଦୀର୍ଘବର୍ଷ ହେବ ମରାମତି କରାଯାଇନାହିଁ । ଫଳରେ ରାସ୍ତାଟି ଏବେ ଶୋଚନୀୟ ହୋଇପଡିଛି। ବର୍ଷା ହେଲେ ରାସ୍ତା ଅବସ୍ଥା ସଙ୍ଗିନ ହୋଇପଡେ। ବର୍ଷା ସମୟରେ ରାସ୍ତାରେ ଖାଲଖମା ସହ ଆଣ୍ଠୁଏ କାଦୁଅ ହୋଇଥାଏ। ଫଳରେ ଅତିକଷ୍ଟରେ କେବଳ ଦୁଇ ଚକିଆ ଯାନ ଯାଇପାରୁଥିବା ବେଳେ ଗାଁକୁ ଚାରିଚକିଆ ଯାନ ଆଦୌ ଯାଇପାରେ ନାହିଁ। ଚାରିଚକିଆ ଯାନରେ ଯିବାକୁ ହେଲେ ଗ୍ରାମଠୁ ଦେଢ କି.ମି. ଦୂର ମୁଖ୍ୟ ଛକକୁ ଯିବାକୁ ପଡିଥାଏ। ଏହି ସମୟରେ ଗ୍ରାମକୁ ଆମ୍ବୁଲାନ୍ସ ଆସିପାରୁ ନ ଥିବାରୁ ଗର୍ଭବତୀ, ରୋଗୀଙ୍କୁ ଡାକ୍ତରଖାନା ନେବା ପାଇଁ ରୋଗୀଙ୍କ ସମ୍ପର୍କୀୟ ନାନା ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହି ରାସ୍ତାଟି ପଞ୍ଚାୟତ ତଥା ବ୍ଲକ ଅଧୀନରେ ଥିଲେ ମଧ୍ୟ ମରାମତି ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ଏଥିପ୍ରତି ବ୍ଲକ ତଥା ଜିଲା ପ୍ରଶାସନ ଦୃଷ୍ଟିଦେଇ ରାସ୍ତା ମରାମତି କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ତେବେ ଏ ନେଇ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡିଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?