ସ୍କୁଲ ରାସ୍ତାରେ ଆଣ୍ଠୁଏ ପାଣି

ନୂଆଗଡ଼,୨୦।୮: ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ସ୍କୁଲ ପଡ଼ିଆ ପାଲଟିଛି କୃତ୍ରିମ ପୋଖରୀ। ବିଦ୍ୟାଳୟ ସମ୍ମୁଖ ଆଣ୍ଠୁଏ ପାଣି ପଶି ସ୍କୁଲକୁ ଯାଉଛନ୍ତି ଛାତ୍ରୀଛାତ୍ର। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସରରେ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। କୁନି କୁନି ପିଲା ଏବଂ ଛାତ୍ରୀଛାତ୍ର ବିପଦସଙ୍କୁଳ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ସ୍କୁଲ ଯାଉଛନ୍ତି। ବିଦ୍ୟାଳୟ ପଛପଟେ ପାଚେରୀ ନାହିଁ କି ଡ୍ରେନ ବ୍ୟବସ୍ଥା ନାହିଁ। ସାମାନ୍ୟ ବର୍ଷା ହେଲେ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି। ବିଦ୍ୟାଳୟରେ ୧ମ ଶ୍ରେଣୀ ଠାରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ରହି ଥିବାବେଳେ ୧୦୦ରୁ ଊର୍ଦ୍ଧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟ ପରିସରରେ ୨ଟି ଅଙ୍ଗନୱାଡି଼ ଏବଂ ଗୋଟିଏ ମିନି ଅଙ୍ଗନୱାଡି଼ କେନ୍ଦ୍ର ରହିଛି। ଏଥିରେ ୫୦ରୁ ଊର୍ଦ୍ଧ ପିଲା ଅଙ୍ଗନୱାଡି କେନ୍ଦ୍ରକୁ ଆସିଥାନ୍ତି। ତେଣୁ ଏହି ସମସ୍ୟା ବିଭାଗୀୟ ଅଧିକାରୀମାନେ ଯଥାଶୀଘ୍ର ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି ଅଭିଭାବକ ଏବଂ ଶିକ୍ଷକମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri