ସ୍କୁଲ ରାସ୍ତାରେ ଆଣ୍ଠୁଏ ପାଣି

ନୂଆଗଡ଼,୨୦।୮: ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ସ୍କୁଲ ପଡ଼ିଆ ପାଲଟିଛି କୃତ୍ରିମ ପୋଖରୀ। ବିଦ୍ୟାଳୟ ସମ୍ମୁଖ ଆଣ୍ଠୁଏ ପାଣି ପଶି ସ୍କୁଲକୁ ଯାଉଛନ୍ତି ଛାତ୍ରୀଛାତ୍ର। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସରରେ ଏଭଳି ଅବସ୍ଥା ଦେଖିବାକୁ ମିଳିଛି। ପାଣି ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। କୁନି କୁନି ପିଲା ଏବଂ ଛାତ୍ରୀଛାତ୍ର ବିପଦସଙ୍କୁଳ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ସ୍କୁଲ ଯାଉଛନ୍ତି। ବିଦ୍ୟାଳୟ ପଛପଟେ ପାଚେରୀ ନାହିଁ କି ଡ୍ରେନ ବ୍ୟବସ୍ଥା ନାହିଁ। ସାମାନ୍ୟ ବର୍ଷା ହେଲେ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି। ବିଦ୍ୟାଳୟରେ ୧ମ ଶ୍ରେଣୀ ଠାରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ରହି ଥିବାବେଳେ ୧୦୦ରୁ ଊର୍ଦ୍ଧ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ବିଦ୍ୟାଳୟ ପରିସରରେ ୨ଟି ଅଙ୍ଗନୱାଡି଼ ଏବଂ ଗୋଟିଏ ମିନି ଅଙ୍ଗନୱାଡି଼ କେନ୍ଦ୍ର ରହିଛି। ଏଥିରେ ୫୦ରୁ ଊର୍ଦ୍ଧ ପିଲା ଅଙ୍ଗନୱାଡି କେନ୍ଦ୍ରକୁ ଆସିଥାନ୍ତି। ତେଣୁ ଏହି ସମସ୍ୟା ବିଭାଗୀୟ ଅଧିକାରୀମାନେ ଯଥାଶୀଘ୍ର ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି ଅଭିଭାବକ ଏବଂ ଶିକ୍ଷକମାନେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri