ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ ଭୁଜାଲି ମାଡ଼ରେ ୨ଯୁବକଙ୍କ ଜୀବନ ଚାଲି ଯାଇଥିଲା। ଏହି ଘଟଣା ପରେ ବିଭିନ୍ନ ଛକ ସ୍ଥାନରେ ପୋଲିସ ମୁତୟନ ଅଛନ୍ତି। ଏହାସତ୍ତ୍ବେ ପୋଲିସକୁ ଚ୍ୟାଲେଞ୍ଜ କରି ଥରକୁ ଥର ଛୁରାମାଡ଼ ହେଉଛି। ବୁଧବାର ସକାଳେ ବରଗଡ଼ ହାଟପଦାରେ ଛୁରାମାଡ଼ରେ ସ୍ଥାନୀୟ ଉଦ୍ଧବ ଡାଙ୍ଗଙ୍କ ପୁଅ ନବକିଶୋର ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତରେ ଗଭୀର ଆଘାତ ଲାଗିଛି। ସେ ହାଟପଦାରେ ନିଜ ବ୍ୟବସାୟ ଚଲାଇ ଥିବାବେଳେ ୨ଯୁବକ ଆସି ତାଙ୍କୁ ୧ହଜାର ଟଙ୍କା ମାଗିଥିଲେ। ମାତ୍ର ତାହା ଦେବା ପାଇଁ ନବ କିଶୋର ମନା କରି ଦେଇଥିଲେ। ଏହାପରେ ଯୁବକଦ୍ବୟ ଜୋର ଜବରଦସ୍ତ ତାଙ୍କ କାଉଣ୍ଟରରୁ ଟଙ୍କା କାଢି ନେଉଥିବା ସମୟରେ ନବକିଶୋର ପ୍ରତିରୋଧ କରିଥିଲେ। ଏହି ସମୟରେ ଜୀବନରେ ମାରିଦେବା ପାଇଁ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ ବୋଲି ନବକିଶୋର ପୋଲିସରେ ଅଭିଯୋଗ କରିଛନ୍ତି। ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri