ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ

ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ନାରଣ ପୂର୍ତ୍ତି । ହତ୍ୟା ଅଭିଯୋଗରେ ୩ ଭାଇଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।

ମୃତକଙ୍କ ସ୍ତ୍ରୀ ମମତାଙ୍କ ଅଭିଯୋଗ ଅନୁଯାୟୀ, ଗତ ରାତିରେ କୌଣସି କାରଣକୁ ନେଇ ନାରଣ, ପଡ଼ୋଶୀ ଚନ୍ଦ୍ର ଗୋପ, ଇନ୍ଦ୍ର ଗୋପ ଓ ଆକାଶ ଗୋପ ୩ ଭାଇଙ୍କ ଘର ପାଖକୁ ଯାଇଥିଲେ। ସେଠାରେ ପ୍ରଥମେ ବଚସା ପରେ ସେମାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା । ନାରଣଙ୍କ ମାଡ଼ରେ ଚନ୍ଦ୍ର ଗୋପ ଗୁରୁତର ହୋଇଥିଲାବେଳେ ତିନି ଭାଇ ଚନ୍ଦ୍ର, ଇନ୍ଦ୍ର ଏବଂ ଆକାଶ ଛୁରି ଓ ଟାଙ୍ଗିଆରେ ନାରଣଙ୍କୁ ଆକ୍ରମଣ କରିଥିଲେ । ଯାହାଫଳରେ ନାରଣଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଆହତ ଚନ୍ଦ୍ରଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଇଛି। ତେବେ କେଉଁ କାରଣ ନେଇ ନାରଣ ଓ ତିନିଭାଇଙ୍କ ମଧ୍ୟରେ ସଂଘର୍ଷ ଘଟିଲା ତାହା କିଛି ସ୍ପଷ୍ଟ ହୋଇପାରିନାହିଁ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ୩ ଭାଇଙ୍କୁ ଅଟକ ରଖି ତଦନ୍ତ ଚଳାଇଛି ବଡ଼ବିଲ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri