ନକ୍‌ଆଉଟ ପ୍ରତିଯୋଗିତା: ଖଣ୍ଡାଧାର ଟାଇଟନ ଦଳ ଚାମ୍ପିୟନ

ଲହୁଣିପଡ଼ା,୨୫ା୧(ଦାଶରଥି ପଣ୍ଡା): ସୁନ୍ଦରଗଡ ଜିଲା ଲହୁଣିପଡ଼ା କ୍ରିକେଟ ଖେଳ ପଡ଼ିଆଠାରେ ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନ ପକ୍ଷରୁ ଚାଲିଥିବା ୧୭ତମ ପାଞ୍ଚଦିନିଆ ନକ୍‌ଆଉଟ କ୍ରିକେଟ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୬ଟି କ୍ରିକେଟ ଦଳ ଅଂଶ ଗ୍ରହଣ କରିଥିବା ବେଳେ ଫାଇନାଲ ମ୍ୟାଚରେ ଲହୁଣୀପଡା ଡିଏକ୍ସ ଦଳକୁ ୯ ଉଇକେଟରେ ହରାଇ ଖଣ୍ଡାଧାର ଟାଇଟାନ ଦଳ ଚଳିତ ବର୍ଷ ଚାମ୍ପିୟନ ହୋଇଛି।

ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଲହୁଣୀପଡ଼ା ସରପଞ୍ଚ ନେଲସନ ହେମ୍ବ୍ରମ, ମୁଖ୍ୟ ବକ୍ତାଭାବେ ପୂର୍ବତନ କ୍ରିକେଟ ଖେଳାଳି ଦିଲୀପ କୁମାର ଖଟୁଆ, ସମ୍ମାନିତ ଅତିଥିଭାବେ ନିକିତା ଇଂରାଜୀ ମାଧ୍ୟମ ବିଦ୍ୟାଳୟର ଅଧ୍ୟକ୍ଷ ନିଗେସ କୁମାର ଚୌରାସିଆ ଯୋଗ ଦେଇଥିଲେ।

ଲହୁଣୀପଡ଼ା ସ୍ପୋର୍ଟସ ଆସୋସିଏଶନର ସଭାପତି ଏମଡି ଛୋଟୁ ଅଧ୍ୟକ୍ଷତା କରିଥିବା ବେଳେ ବିକାଶ ଜୟସୱାଲ ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ନିହାର ରଞ୍ଜନ ମାହାନ୍ତ ମଞ୍ଚ ପରିଚାଳନା କରିଥିଲେ। ପ୍ରଥମେ କମିଟିର କର୍ମକର୍ତ୍ତାମାନେ ଅତିଥିଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଦେଇ ସ୍ବାଗତ କରିଥିଲେ। ଅତିଥିମାନେ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହିତ ପୁରସ୍କାର ପ୍ରଦାନ କରିଥିଲେ। ଅମ୍ପାୟାର ଭାବେ ମୁନୁ ମାହାନ୍ତ, ନୀକୁଞ୍ଜ ସିଂ, ବାଦଲ ସା ଶାନ୍ତି ଶୃଙ୍ଖଳାର ସହିତ ଖେଳ ପରିଚାଳନା କରିଥିଲେ। ଶୁସାନ୍ତ ମାହାନ୍ତ, ଲିପୁନ ମାହାନ୍ତ, ଏମଡି ଅମିନ, ଏମଡି ଗୁଲୁ, ଲିଙ୍କନ ପାତ୍ର, ବିଟୁ ସା, ରାଜା ସା, ନିଖିଲ ଠାକୁର, ନିତେସ ଜୟସୱାଲ, ଜିତେନ୍ଦ୍ର ମାହାନ୍ତ, ମୋହିତ ଜୟସୱାଲ, ଚଞ୍ଚଳ ନାଏକ, ଦିଲୀପ ମହାକୁଡ଼, ଏମଡି ସାମି, ରଞ୍ଜନ ଦଳେଇ ପ୍ରମୁଖଙ୍କ ସମେତ ସ୍ପୋର୍ଟସ ଆସୋସିଏଶନର କର୍ମକର୍ତ୍ତାମାନେ କ୍ରିକେଟ ପ୍ରତିଯୋଗିତା ପରିଚାଳନା କରିଥିଲେ। ଶେଷରେ ସୁଧାଂଶୁ ଶେଖର ମାହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ବହୁ ସଂଖ୍ୟାରେ କ୍ରିକେଟ ପ୍ରେମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପଗିରି ମନ୍ଦିର ଗୁପ୍ତଧନ ଲୁଟ୍‌ର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ‘ଗୁରୁ’ଙ୍କ ସହ ୫ ଗିରଫ, ଜବତ ହୋଇପାରିନି…

ଥୁଆମୂଳ ରାମପୁର, ୧୨।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମୁଡ଼ାବାହାଲ ଗ୍ରାମର ପ୍ରାଚୀନ ପ୍ରତାପଗିରି (ବୁଢ଼ାରଜା-ଠାକୁରାଣୀ) ମନ୍ଦିରରୁ ଗୁପ୍ତଧନ ଲୁଟ ଘଟଣାରେ…

ରବି ଧାନ ସଂଗ୍ରହ ପାଇଁ ପଞ୍ଜୀକରଣ ଆରମ୍ଭରୁ ଅସନ୍ତୋଷ: ଅବଧି ବୃଦ୍ଧି ଦାବି କଲେ ଚାଷୀ, ସମବାୟ ଉପ ନିବନ୍ଧକଙ୍କୁ…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଗତ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ରହିଥିବା ଅବଧିକୁ ନେଇ ଆରମ୍ଭରୁ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ: ଓଡିଶାରୁ ପ୍ରତିନିଧିତ୍ବ କଲେ ବରଗଡ଼ର ବୁଣାକାର…

ବରଗଡ଼,୧୨।୩(ପ୍ରେମାନନ୍ଦ ଖମାରୀ)- ନୂଆଦିଲ୍ଲୀର ଉଦ୍ୟୋଗ ଭବନରେ ବୁଧବାର ଜାତୀୟ ବୁଣାକାର, ହସ୍ତଶିଳ୍ପୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶର ହସ୍ତତନ୍ତ୍ର ଶିଳ୍ପର ସମସ୍ୟା, ଉନ୍ନତି ଓ ଭବିଷ୍ୟତ ଯୋଜନା…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri