Posted inଖେଳ

‘୧୮,୧୯,୨୦ ରନ୍‌ର ଇନିଂସ ଯଥଷ୍ଟେ ନୁହେଁ’

ନୂଆଦିଲ୍ଲୀ,୧।୩: ଭାରତୀୟ ଉଇକେଟକିପର ବ୍ୟାଟର ସଞ୍ଜୁ ସାମସନ ଘରୋଇ କ୍ରିକେଟ ଓ ଆଇପିଏଲରେ ନିୟମିତ ଭଲ ପ୍ରଦର୍ଶନ କରୁଛନ୍ତି। କିନ୍ତୁ ଅନ୍ତର୍ଜାତୀୟ କ୍ୟାରିୟରରେ ତାଙ୍କୁ ଏ ପର୍ଯ୍ୟନ୍ତ ଭଲ ଆରମ୍ଭ ମିଳିନାହିଁ। ସେ ଏବେ ବି ଦଳରେ ସ୍ଥାନ ପାଇବା ପାଇଁ ସଂଘର୍ଷ କରୁଛନ୍ତି। ନିକଟରେ ଶେଷ ହୋଇଥିବା ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ରେ ସଞ୍ଜୁ ନିଜକୁ ପ୍ରମାଣ କରିବାର ସୁଯୋଗ ପାଇଥିଲେ। ପ୍ରଥମ ଟି୨୦ରେ ବ୍ୟାଟିଂ ପାଇ ନ ଥିବା ବେଳେ ଅନ୍ତିମ ଦୁଇ ମ୍ୟାଚ୍‌ରେ ୩୯ ଓ ୧୮ ରନ୍‌ର ଇନିଂସ ଖେଳିଥିଲେ। ହେଲେ ୨୭ ବର୍ଷୀୟ କ୍ରିକେଟରଙ୍କ ପ୍ରଦର୍ଶନରେ ପ୍ରଭାବିତ ନୁହେଁ ପୂର୍ବତନ ପାକିସ୍ତାନ ଅଧିନାୟକ ସଲମାନ ବଟ୍ଟ।

“ସାମସନ କିଛି ଚମତ୍କାର ଶଟ୍‌ ଖେଳିଥିଲେ। ମାତ୍ର ୧୮,୧୯, ୨୦ ଓ ୩୦ ରନ୍‌ର ଇନିଂସ ଯଥେଷ୍ଟ ନୁହେଁ। ତାଙ୍କ ପାଖରେ ନିଶ୍ଚିତ ରୂପେ ପ୍ରତିଭା ରହିଛି। କିନ୍ତୁ ଦଳରେ ସ୍ଥାନ ପାଇବା ଲାଗି ଦାବିଦାର ହେବା ପାଇଁ ତାଙ୍କୁ ପ୍ରଦର୍ଶନ କରିବାକୁ ପଡ଼ିବ। କାରଣ ଭାରତୀୟ ଦଳରେ ସ୍ଥାନ ହାତେଇବା ପାଇଁ ଅନେକ ଖେଳାଳି ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଯଦି ତୁମେ ଦଳରେ ରହିବାକୁ ଚାହୁଁଛ, ତେବେ ତୁମକୁ ଅନ୍ୟ ପ୍ରତିଦ୍ୱନ୍ଦ୍ୱୀଙ୍କ ଅପେକ୍ଷା ଅସାଧାରଣ ହେବାକୁ ପଡ଼ିବ। ଏଣୁ ଏହା ପ୍ରତିଭା ନୁହେଁ, ଆଉଟ୍‌ ପୁଟ୍‌ ଉପରେ ସବୁ କିଛି ନିର୍ଭର କରେ” ବୋଲି ସଲମାନ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri