ନିଟ୍‌, ଜେଇଇ ପରୀକ୍ଷାକୁ ବିରୋଧ କରୁଥିବା ଏହି ୯ ବର୍ଷୀୟା ଝିଅ କିଏ ଜାଣନ୍ତି କି

ମଣିପୁରର ଲିସିପ୍ରିୟା କଙ୍ଗୁଜାମଙ୍କୁ ମାତ୍ର ୯ ବର୍ଷ ବୟସ। କଲେଜରେ ପଢିବାକୁ ତାଙ୍କର ପ୍ରାୟ ୧୦ ବର୍ଷ ଅଛି, ତଥାପି ସେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରୁଛନ୍ତି। ଏହି କୁନି ଆକ୍ଟିଭିଷ୍ଟ(ଜଳବାୟୁ ପରିବର୍ତ୍ତନ କାର୍ଯ୍ୟକର୍ତ୍ତା) କହିଛନ୍ତି ଯେ ଯଦି ସେ ଚଳିତ ବର୍ଷ ଏହି ପରୀକ୍ଷାର ପରୀକ୍ଷାର୍ଥୀ ହୋଇଥାନ୍ତେ ତେବେ ସେ ପରୀକ୍ଷା ଦେବାକୁ ଏକ କେନ୍ଦ୍ରକୁ ଯିବା ଅପେକ୍ଷା ତାଙ୍କ ଘରେ ରହିବା ଭଲ ବୋଲି ଭାବିଥାନ୍ତେ।
ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ମେଡିକାଲ ଏବଂ ଇଞ୍ଜିନିୟରିଂ ପରୀକ୍ଷା କରିବା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମୋଦନ ପାଇବା ପରଠାରୁ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଭିଭାବକଙ୍କ ପର୍ଯ୍ୟନ୍ତ ଏହାକୁ ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛନ୍ତି। କରୋନା ସମୟରେ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ଲିସିପ୍ରିୟା ଟୁଇଟରରେ ବିରୋଧ କରିଛନ୍ତି। ଟୁଇଟରରେ ଲିସିପ୍ରିୟାଙ୍କ ୭୮ ହଜାରରୁ ଅଧିକ ଫଲୋଅର୍ସ ଅଛନ୍ତି। ସେ ଜଳବାୟୁ ପରିବର୍ତ୍ତନ ଉପରେ ଆଲୋଚନା କରି ଚର୍ଚ୍ଚାକୁ ଆସିଥିଲେ। ୨୦୧୯ ଜୁନ୍‌ରେ ଜଳବାୟୁ ପରିବର୍ତ୍ତନ ଉପରେ ଏକ ଆଇନ ପ୍ରଣୟନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମ୍ବୋଧିତ କରି ସଂସଦ ଭବନ ଆଗରେ ପ୍ରଦର୍ଶନ କରିଥିଲେ ଲିସିପ୍ରିୟା। ଏହା ପରେ ସେ ସୋସିଆଲ ମିଡିଆରେ ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗରେ ଅନେକ ପୋଷ୍ଟ କରିବା ଆରମ୍ଭ କରିଥିଲେ। ଏଥିଯୋଗୁ ସେ ଲୋକପ୍ରିୟତା ହାସଲ କରିଥିଲେ। ସୂଚନାଯୋଗ୍ୟ, ଜଳବାୟୁ ପରିବର୍ତ୍ତନର ଉପରେ ମନ୍ତବ୍ୟ ଦେଇ ସାରା ବିଶ୍ୱରେ ଚର୍ଚ୍ଚା କେନ୍ଦ୍ରବିନ୍ଦୁ ସାଜିଥିବା ଗ୍ରେଟା ଥନବର୍ଗ ମଧ୍ୟ ନିଟ୍‌ ଏବଂ ଜେଇଇ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଟୁଇଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?