Posted inଜାତୀୟ

କେ. ସୁରେଶ କିଏ? କାହିଁକି ବାଚସ୍ପତି ପ୍ରାର୍ଥୀ ପାଇଁ ଚୟନ କଲା ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ, ୨୫।୬: ୧୮ତମ ଲୋକସଭାର ବାଚସ୍ପତି ପଦ ପାଇଁ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ମତଭେଦ ହୋଇଛି । ଯାହାଫଳରେ ଏନ୍‌ଡିଏ ସମର୍ଥନରେ ଓମ୍‌ ବିର୍ଲା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ କେ. ସୁରେଶ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଆସନ୍ତାକାଲି ଅର୍ଥାତ ବୁଧବାର ୧୧ଟା ସମୟରେ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇପାରେ ।

ତେବେ କେ. ସୁରେଶଙ୍କୁ ନେଇ ଏବେ ଚର୍ଚ୍ଚା ଜୋର । ଇଣ୍ଡିଆ ମେଣ୍ଟ ତାଙ୍କୁ କାହିଁକି ବାଚସ୍ପତି ପ୍ରାର୍ଥୀ କଲା ସେ ନେଇ ମଧ୍ୟ ଲୋକଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି । କେ.ସୁରେଶଙ୍କ ସମ୍ପୂର୍ଣ୍ଣ ନାମ ହେଉଛି କୋଡିକୁନ୍ନିଲ ସୁରେଶ । ସେ କେରଳର ମାନେଲିକାରାରୁ କଂଗ୍ରେସର ଲୋକସଭା ପ୍ରାର୍ଥୀ ରହିଛନ୍ତି । ସେ ୮ ଥର ନିର୍ବାଚନ ଜିତି ଲୋକସଭାର ସଦସ୍ୟ ରହିଛନ୍ତି । ନିର୍ବାଚନରେ ସେ ସିପିଆଇର ଅରୁଣ କୁମାର ସିଏ ଙ୍କୁ ୧୦,୮୬୮ ହଜାର ଭୋଟରେ ହରାଇଛନ୍ତି । କେ. ସୁରେଶଙ୍କୁ ୩,୬୯,୫୧୬ ଭୋଟ ମିଳିଥିବା ବେଳେ ଅରୁଣଙ୍କୁ ୩,୫୮,୬୪୮ ଖଣ୍ଡ ମିଳିଥିଲା । ସେ ସବୁଠାରୁ ଅଧିକ ସମୟ ସଂସଦରେ କାର୍ଯ୍ୟ କରିଥିବା ଏମ୍‌ପି ।

କେ. ସୁରେଶ ୧୯୮୯ରେ ପ୍ରଥମଥର ଲୋକସଭା ନିର୍ବାଚନ ଜିତି ସଂସଦରେ ପହଞ୍ଚିଥିଲେ । ଏହାପରେ ସେ ଲଗାତାର ୧୯୯୧,୧୯୯୬ ଏବଂ ୧୯୯୯ ନିର୍ବାଚନ ଜିତିଥିଲେ । କିନ୍ତୁ ୧୯୯୮ ଏବଂ ୨୦୦୪ ମସିହାରେ ହୋଇଥିବା ନିର୍ବାଚନରେ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା । ୨୦୦୯ରେ ସେ ପୁନର୍ବାର ଜିତ୍‌ ହାସଲ କରିଥିଲେ । ଏହାପରେ ୨୦୧୪, ୨୦୧୯ ଏବଂ ୨୦୨୪ରୁ ବିଜୟୀ ହୋଇ ସଂସଦକୁ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?