୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ  କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି ଘୋଷଣା ପରେ ଭାଜପା ଶିବିରରେ ଉତ୍ସାହ ସହ କର୍ମୀମାନେ ବାଣ ଫୁଟାଇ ଏବଂ ମିଠା ଖୁଆଇ ଖୁସି ମନାଉଛନ୍ତି। ଏଭଳି ସ୍ଥିତିରେ ଆସନ୍ତୁ ତାଙ୍କର ରାଜନୈତିକ କ୍ୟାରିୟର ବିଷୟରେ ଜାଣିବା…
କନକ ବର୍ଦ୍ଧନ ସିଂଦେଓ: ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଏହି ନେତା ପାଟଣାଗଡ଼ ବିଧାନସଭା ଆସନରୁ ଜିତି ଆସୁଛନ୍ତି। ୧୯୫୬ ଜୁନ ୧୪ରେ ତାଙ୍କର ଜନ୍ମ। ତାଙ୍କ ପତ୍ନୀ ସଙ୍ଗୀତା ସିଂଦେଓ ମଧ୍ୟ ଜଣେ ରାଜନେତ୍ରୀ। ସେ ଏବେ ଲୋକ ସଭା ଏମ୍‌ପି ଅଛନ୍ତି। ୨୦୦୦ରୁ ୨୦୦୯ ଯାଏ ସେ ଓଡ଼ିଶା ବିଧାନସଭାରେ ଜଣେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ଏବେ ତାଙ୍କୁ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ମିଳିଛି।
ପ୍ରଭାତୀ ପରିଡ଼ା:
୨୦୨୪ ନିର୍ବାଚରେ ପ୍ରଥମ ଥର ବିଧାୟିକା ହୋଥିବା ପ୍ରଭାତି ନିମାପଡ଼ା ଆସନରୁ ଜିତି ବଡ଼ ପଦବୀ ପାଇଛନ୍ତି। ୧୯୯୫ରେ ସେ ନିଜର ଏଲଏଲ୍‌ବି ଶିକ୍ଷା ସମାପ୍ତ କରିଥିଲେ। ୨୦୦୫ରେ ସେ ଏମ୍‌ଏ କରିଥିଲେ। କହିବାକୁ ଗଲେ ସେ ସେ ପ୍ରଥମ ଥର ଏମ୍‌ଏଲ୍‌ଏରୁ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପୂର୍ବରୁ ଏହି ଆସନରୁ ୩ ଥର ଲଢ଼ି ପରାଜିତ ହୋଇଥିଲେ ହେଁ ଚଳିତ ଥର ସମୀର ଦାଶଙ୍କ ଯୋଗୁ ସେ ବହୁଳ ଭୋଟରେ ବିଜୟୀ ହୋଇଥିଲେ। ସେ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ମଧ୍ୟ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?