Posted inଫୁରସତ

ମୁକେଶ ଅମ୍ବାନୀଙ୍କ ସମଦୁଣୀ କିଏ ଜାଣନ୍ତି? ମନମୋହନ ସିଂହଙ୍କ ସହ କରିଛନ୍ତି କାମ, ମିଳିଛି ପଦ୍ମଶ୍ରୀ ସମ୍ମାନ

ଏସିଆର ସବୁଠାରୁ ଧନୀବ୍ୟକ୍ତି ଏବଂ ରିଲାଏନ୍ସ କମ୍ପାନୀର ମାଲିକ ମୁକେଶ ଅମ୍ବାନୀ ନିଜ ଝିଅ ଈଶାଙ୍କ ବିବାହ ଆନନ୍ଦ ପିରାମଲଙ୍କ ସହ କରିଛନ୍ତି। ଆନନ୍ଦ ପିରାମଲ ଏଣ୍ଟରପ୍ରାଇଜେସ୍‌ର ମାଲିକ ଅଜୟ ପିରାମଲ ଏବଂ ସ୍ବାତୀ ପିରାମଲଙ୍କ ପୁଅ। ସ୍ବାତୀଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ମଧ୍ୟ କରାଯାଇଛି। ଆସନ୍ତୁ ଅମ୍ବାନୀଙ୍କ ସମୁଦୁଣୀ ତଥା ଈଶାଙ୍କ ଶାଶୁ ବିଷୟରେ ବିସ୍ତୁତ କଥା ଜାଣିବା।

ସ୍ବାତି ମୁମ୍ବାଇ ବିଶ୍ୱବିଦ୍ୟାଳୟରୁ ୧୯୮୦ ମସିହାରେ ନିଜର ଏମ୍‌ବିବିଏସ୍‌ ସାରିଥିଲେ। ଏହାପରେ ସେ ହାଓ୍ବାର୍ଡ ସ୍କୁଲ ଅଫ୍‌ ପବ୍ଲିକ ହେଲ୍ଥରୁ ନିଜର ମାଷ୍ଟର ଡିଗ୍ରୀ ସାରିଛନ୍ତି। ଏବେ ସେ ପିରାମଲ ଏଣ୍ଟରପ୍ରାଇଜେସ୍‌ର ଉପାଧ୍ୟକ୍ଷ ଅଛନ୍ତି। ଏଥିସହ ସେ ବମ୍ବେର ଗୋପାଳକୃଷ୍ଣା ପିରାମଲ ହସ୍ପିଟାଲର ପ୍ରତିଷ୍ଠାତା ମଧ୍ୟ। ସ୍ବାତୀ ଅନେକ ପବ୍ଲିକ୍‌ ହେଲ୍ଥ କ୍ୟାମ୍ପେନ୍‌ ଚଳାଇଛନ୍ତି। ଗ୍ରାମୀଣ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ମଧ୍ୟ ସେ ଅନେକ କାମ କରିଛନ୍ତି।

ନିଜର କାମ ପାଇଁ ସ୍ବାତୀଙ୍କ ନାମ ୨୫ ଶକ୍ତିଶାଳୀ ମହିଳାଙ୍କ ତାଲିକାରେ ୮ଥର ରହିଛି। ୨୦୧୦-୧୪ ପର୍ଯ୍ୟନ୍ତ ସେ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସାଇଣ୍ଟିଫିକ୍‌ ଆଡଭାଇଜରି କାଉନ୍‌ସିଲ ଏବଂ କାଉନ୍‌ସିଲ ଅଫ୍‌ ଟ୍ରେଡ୍‌ ଫର୍‌ ପିଏମ୍‌ ସହ ଜଡ଼ିତ ଥିଲେ। ୨୦୧୨ରେ ତାଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି। ତତ୍କାଳିନ ରାଷ୍ଟ୍ରପତି ପ୍ରତିଭା ପାଟିଲ ସ୍ବାତୀଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri