Posted inଖେଳ

କୋଟି କୋଟି ଟଙ୍କାର ମାଲିକ ସାନିଆ ମିର୍ଜା, ଜାଣନ୍ତୁ ତାଙ୍କର ମୋଟ ସମ୍ପତ୍ତି କେତେ ?

ନୂଆଦିଲ୍ଲୀ,୨୧।୧: ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା ତାଙ୍କ ଖେଳ ତଥା ଫ୍ୟାଶନ୍ ଅନ୍ଦାଜ ପାଇଁ ଜଣା। ସେ ଦେଶର ସବୁଠାରୁ ଧନୀ ମହିଳା ଖେଳାଳିଙ୍କ ମଧ୍ୟରୁ ଜଣେ। ତେବେ ଆସନ୍ତୁ ଜାଣିବା ସାନିଆଙ୍କର ମୋଟ ସମ୍ପତ୍ତିର ମୂଲ୍ୟ କେତେ।

ଜାନୁଆରୀ ୨୦୨୩ ରେ ଅଷ୍ଟ୍ରେଲୀୟ ଓପନରେ ଅଂଶଗ୍ରହଣ କରିବା ପରେ ସେ ଟେନିସରୁ ଅବସର ଘୋଷଣା କରିଥିଲେ।

ସେ ତାଙ୍କ କ୍ୟାରିୟରରେ ମୋଟ ୬ଟି ଗ୍ରାଣ୍ଡସ୍ଲାମ ଜିତିଛନ୍ତି। ସେ ୨୦୧୫ ରେ ସେ ଦୁଇଟି ଗ୍ରାଣ୍ଡସ୍ଲାମ ଜିତିଥିଲେ। ୨୦୦୯, ୨୦୧୨, ୨୦୧୪ ଏବଂ ୨୦୧୬ ବର୍ଷରେ ସାନିଆ ଅନ୍ୟ ସବୁ ଗ୍ରାଣ୍ଡସ୍ଲାମ ଜିତିଥିଲେ।

ଫାଇନାନ୍ସସିଆଲ ଏକ୍ସପ୍ରେସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୨୩ ମସିହାରେ ସାନିଆ ମିର୍ଜାଙ୍କ ମୋଟ ସମ୍ପତ୍ତି ୨୬ ମିଲିୟନ ଡଲାରରୁ ଅଧିକ ଅର୍ଥାତ୍ ୨୧୦ କୋଟି ଟଙ୍କା ଥିଲା। ସେହିଭଳି ଇକୋନୋମିକ୍ ଟାଇମ୍ସ ରିପୋର୍ଟ ଅନୁଯାୟୀ, ସାନିଆ ବ୍ରାଣ୍ଡ ଏଣ୍ଡୋର୍ସମେଣ୍ଟ ପାଇଁ ୬୦ ରୁ ୭୫ ଲକ୍ଷ ଟଙ୍କା ନେଇଥାନ୍ତି।

ସମ୍ପ୍ରତି ସାନିଆ ମିର୍ଜା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଏବେ ହେଡଲାଇନରେ ଅଛନ୍ତି। ସାନିଆ ତାଙ୍କ ପାକିସ୍ତାନୀ ସ୍ୱାମୀ ଶୋଏବ ମଲିକଙ୍କୁ ଛାଡପତ୍ର ଦେଇଛନ୍ତି। ଉଭୟଙ୍କର ଏକ ପୁଅ ଅଛି, ଯାହାର ନାମ ଇଜାନ୍ ମିର୍ଜା ମଲିକ୍। ତେବେ ଛାଡପତ୍ର ପରେ ଶୋଏବ ପାକିସ୍ତାନର ଅଭିନେତ୍ରୀ ସାନାଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ସିଜେଆଇ ସୂର୍ଯ୍ୟକାନ୍ତଙ୍କୁ ଏମିତି ପ୍ରଶ୍ନ ପଚାରିଲେ ମହିଳା, ଉଠିଲା ଝଡ଼; କଡ଼ା ଜବାବ ଦେଲେ…

ନୂଆଦିଲ୍ଲୀ,୬।୬: ବ୍ରିଟେନର ୟୁନିଭର୍ସିଟି ଅଫ ଲଣ୍ଡନର ବିର୍କବେକ କଲେଜରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଏକ କାର୍ଯ୍ୟକ୍ରମ ସମୟରେ ହଙ୍ଗାମା ଦେଖିବାକୁ ମିଳିଛି। ଏଠାରେ କିଛି…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri