ଏହି ବ୍ୟକ୍ତିଙ୍କ ଆଦେଶ ପରେ କଙ୍ଗନାଙ୍କ ଅଫିସ ଭାଙ୍ଗିଥିଲା ବିଏମ୍‌ସି: ହାଓ୍ବାର୍ଡରୁ ପଢ଼ାସାରି ହୋଇଛନ୍ତି ଆଇଏଏସ୍‌

ବମ୍ବେ: ମୁମ୍ବାଇରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଅଫିସ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା ବିଏମ୍‌ସି। ଏହାକୁ ନେଇ ସୋସିଆଲ ମିଡିଆଠାରୁ ଆରମ୍ଭ କରି ସମସ୍ତ ଜାତୀୟ ଗଣମାଧ୍ୟମରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି ପ୍ରସଙ୍ଗରେ ରାଜନୈତିକ ବୟାନବାଜି ମଧ୍ୟ ଜାରି ରହିଛି। ତେବେ ଆସନ୍ତୁ ଜାଣିବା କିଏ ସେ ବିଏମ୍‌ସି କମିଶନର ଯାହାଙ୍କ ନିର୍ଦ୍ଦେଶରେ କଙ୍ଗନାଙ୍କ ଅଫିସର ବେଆଇନ ନିର୍ମାଣ ଭାଙ୍ଗି ଦିଆଯାଇଛି।

ବର୍ତ୍ତମାନ ବିଏମ୍‌ସି କମିଶନର ଦାୟିତ୍ୱରେ ଅଛନ୍ତି ଆଇଏଏସ୍‌ ଅଫିସର ଇକବାଲ ସିଂହ। ସେ ୧୯୮୯ ବ୍ୟାଚ୍‌ର ଆଇଏଏସ୍‌। ସେ ରାଜସ୍ଥାନ ଗଙ୍ଗାନଗର ଜିଲାରେ ଜନ୍ମଗ୍ରହଣ କରିଥିଲେ। ସେ ଜୋଧପୁର କେନ୍ଦ୍ରୀୟ ବିଦ୍ୟାଳୟର ନିଜର ପ୍ରାଥମିକ ଶିକ୍ଷା ଗ୍ରହଣ କରିଥିଲେ। ଏହାପରେ ସେ ଇଲେକ୍ଟ୍ରୋନିକ୍‌ ଏବଂ କମ୍ୟୁନିକେଶନରେ ବିଟେକ୍‌ କରିଛନ୍ତି। ଏହାପରେ ସେ ହାଓ୍ବାର୍ଡ ୟୁନିଭର୍ସିଟିରୁ ପବ୍ଲିକ ଆଡମିନିଷ୍ଟେଶନରେ ଡିଗ୍ରୀ କରିଛନ୍ତି। ଇକବାଲଙ୍କ ବେଶ୍‌ ପ୍ରଶାସନିକ ଅନୁଭବ ରହିଛି। ସେ ଗୃହ ମନ୍ତ୍ରଣାଳୟରୁ ଆରମ୍ଭ କରି ମହାରାଷ୍ଟ୍ରର ସହର ବିକାଶ ମନ୍ତ୍ରାଳୟରେ କାମ କରିଛନ୍ତି। ଏହାଛଡ଼ା ସେ ଥାନେର ଜିଲାପାଳ ମଧ୍ୟ ଥିଲେ।

କରୋନା କାଳରେ ମୁମ୍ବାଇର ଧାରାବି ଅଞ୍ଚଳରେ ନିଜ କାମକୁ ନେଇ ଇକବାଲଙ୍କ ପ୍ରଶଂସା କରାଯାଇଥିଲା। ଏହାକୁ ଦେଖି ଉଦ୍ଧବ ସରକାର ତାଙ୍କୁ ବିଏମ୍‌ସି କମିଶନର ଦାୟିତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri