ଜାଣନ୍ତୁ ସୁଭଦ୍ରା ପାଇଁ ଆବେଦନ କଲେଣି କେତେ ମହିଳା

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ସରକାର ମହିଳା ସଶକ୍ତୀକରଣ ପାଇଁ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ୨୧ରୁ ୬୦ବର୍ଷ ମଧ୍ୟରେ ମହିଳାମାନେ ୫ ବର୍ଷରେ ୫୦ହଜାର ଟଙ୍କା ପାଇବେ।ଏହି ଟଙ୍କାର ସୁବିନିଯୋଗକରି ମହିଳାମାନେ ସ୍ବାବଲମ୍ବୀ ହେବା ରାଜ୍ୟ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ ରହିଛି।ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ସୁଦ୍ଧା ରାଜ୍ୟରେ ମୋଟ ୧୫ ଲକ୍ଷ ୩୧ହଜାର ୬୫୦ଜଣ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି।ସେଥିମଧ୍ୟରୁ ବାଲେଶ୍ୱର ଜିଲାରେ ସବୁଠୁ ଅଧିକ ୧ ଲକ୍ଷ ୫୯ ହଜାର ୩୬୩ ମହିଳା ଆବେଦନ କରିଥିବାବେଳେ ସବୁଠୁ କମ୍‌ ମାଲକାନଗିରି ଜିଲାରେ ୧୦,୪୭୭ ମହିଳା ଆବେଦନ କରିଛନ୍ତି। ରାୟଗଡ଼ା ଜିଲାରେ ମୋଟ ୧୬,୧୪୭ ଜଣ ହିତାଧିକାରୀ ଆବେଦନ କରିଥିବା ସୂଚନା ମିଳିଛି। ପ୍ରକୃତ ହିତାଧିକାରୀ କିଭଳି ସୁଭଦ୍ରା ଯୋଜନାରେ ଲାଭାନ୍ବିତ ହୋଇ ସ୍ବାବଲମ୍ବୀ ହୋଇପାରିବେ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିବା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନୀହାର ରଞ୍ଜନ କହଁର କହିଛନ୍ତି।ତେବେ ସୁଭଦ୍ରା ପୋର୍ଟାଲରେ କେୱାଇସି କରିବା ସମୟରେ ସମସ୍ୟା ଉପୁଜୁଥିବାରୁ ବିଳମ୍ବ ହେଉଛି।ପୋର୍ଟାଲ କିଭଳି ସୁରୁଖୁରୁରେ କାର୍ଯ୍ୟକ୍ଷମ ହୋଇପାରିବ ସେ ନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି ନୀହାର କହିଛନ୍ତି।
ମିଳିଥିବା ସୂଚନା ପ୍ରକାରେ, କଟକ ଜିଲାରେ ୯୮ ହଜାର ୪୨୬, ଖୋର୍ଦ୍ଧାରେ ୫୩ ହଜାର ୫୮୩, ପୁରୀରେ ୧୫,୪୧୯ ଏବଂ ମୟୁରଭଞ୍ଜ ଜିଲାରେ ୬୬,୨୮୫ ହିତାଧିକାରୀ ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri