ଅମିର ଖାନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନଙ୍କୁ କୌଣସି ପରିଚୟ ଆବଶ୍ୟକ ନାହିଁ। ସେ ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଛନ୍ତି। ଅମିର ସେହି ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏ ବର୍ଷକୁ ଗୋଟିଏ ଫିଲ୍ମ କରନ୍ତି, କିନ୍ତୁ ଏହା ଏକ ସୁପର ହିଟ ହୋଇଥାଏ। ଏହି କାରଣରୁ ତାଙ୍କୁ ମିଷ୍ଟର ପରଫେକ୍ସନିଷ୍ଟ ମଧ୍ୟ କୁହାଯାଏ। ଆଜି ଅମିର ତାଙ୍କର ୫୮ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବଲିଉଡର ସବୁଠାରୁ ଧନୀ ଅଭିନେତାମାନଙ୍କ ମଧ୍ୟରେ ଗଣାଯାଏ।
ଅମିର ନିଜ କ୍ୟାରିୟରର ପ୍ରଥମ ଦିନରେ ବହୁତ ସଂଘର୍ଷ କରିଥିଲେ। ସେ ହୁଏତ ଶିଶୁ କଳାକାର ଭାବରେ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥାଇ ପାରନ୍ତି, କିନ୍ତୁ ବଲିଉଡରେ ଜଣେ ଅଭିନେତା ଭାବରେ ସ୍ଥାନ ସୃଷ୍ଟି କରିବା ପାଇଁ ତାଙ୍କୁ କଠିନ ପରିଶ୍ରମ କରିବାକୁ ପଡିତତ୍ଲା। ଏକ ସମୟ ଥିଲା ଯେତେବେଳେ ଅମିର ନିଜ ଚଳଚ୍ଚିତ୍ରର ପ୍ରମୋସନ ପାଇଁ ଅଟୋ ଏବଂ ରାସ୍ତାରେ ପୋଷ୍ଟର ଲଗାଉଥିଲେ। କଠିନ ପରିଶ୍ରମ ପରେ ସେ ଆଜି ଏଠାରେ ପହଞ୍ଚିଛନ୍ତି।
ଭାରତୀୟ ମୂଲ୍ୟରେ ଅମିରଙ୍କର ମୋଟ ୧୫୬୨ କୋଟି ଟଙ୍କା ସମ୍ପତ୍ତି ରହିଛି। ସେ ଚଳଚ୍ଚିତ୍ର ବ୍ୟତୀତ ବିଜ୍ଞାପନରୁ ବହୁତ ରୋଜଗାର କରନ୍ତି। ଅମିର ଗୋଟିଏ ବର୍ଷରେ ୧୨୦ କୋଟି ଟଙ୍କା ରୋଜଗାର କରନ୍ତି।
ମୁମ୍ବାଇର ପୋଶ ଅଞ୍ଚଳରେ ଅମିରଙ୍କର ଏକ ବିଳାସପୂର୍ଣ୍ଣ ଘର ଅଛି। ସେ ଏହାକୁ ୨୦୦୯ରେ କିଣିଥିଲେ। ସେତେବେଳେ ଏହି ଘରର ମୂଲ୍ୟ ପ୍ରାୟ ୧୮ କୋଟି ଟଙ୍କା ଥିଲା। ପଞ୍ଚଗାନିରେ ଆମୀରଙ୍କର ଏକ ସୁନ୍ଦର ବଙ୍ଗଳା ଅଛି, ଦୁଇ ଏକର ଉପରେ ବ୍ୟାପିଥିବା ଏହି ବଙ୍ଗଳାକୁ ଅମିର ସାତ କୋଟି ଟଙ୍କାରେ କିଣିଛନ୍ତି।
ଅମିର ଅନ୍ୟ ତାରକାଙ୍କ ପରି ବିଳାସପୂର୍ଣ୍ଣ ଏବଂ ମହଙ୍ଗା କାରକୁ ମଧ୍ୟ ଭଲ ପାଆନ୍ତି। ତାଙ୍କର ମୋଟ ୯ଟି ବିଳାସପୂର୍ଣ୍ଣ କାର ଅଛି, ଯାହାର ମୂଲ୍ୟ ପ୍ରାୟ ୧୫ କୋଟି ଟଙ୍କା। କାର ସଂଗ୍ରହରେ ମର୍ସିଡିଜ ବେଞ୍ଜ, ରୋଲ୍ସ ରୋଏସ ଏବଂ ଫୋର୍ଡ ଭଳି କାର ତାଙ୍କର ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri