କିଆରାଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ତିନି ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା ଶେଷରେ ଫେବୃଆରୀ ୭ରେ ବିବାହ କରିବାକୁ ଯାଉଛନ୍ତି। ରାଜସ୍ଥାନର ଜୈସଲମେରର ଏକ ପ୍ୟାଲେସରେ ଆୟୋଜିତ ହେବାକୁ ଥିବା ଏହି ବିବାହ ଉତ୍ସବରେ ଯୋଗଦେବା ପାଇଁ ବଲିଉଡର ଅନେକ ସେଲିବ୍ରିଟି ସେଠାରେ ପହଞ୍ଚିଛନ୍ତି। ଫିଲ୍ମ ‘ଶେର୍‌ ଶାହା’ର ଶୁଟିଂ ସମୟରେ କିଆରା ଏବଂ ସିଦ୍ଧାର୍ଥ ପରସ୍ପରର ନିକଟତର ହୋଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା।
କିଆରା ୨୦୧୪ରେ ଫିଲ୍ମ ‘ଫୁଗ୍‌ଲି’ ମାଧ୍ୟମରେ ହିନ୍ଦୀ ସିନେମା ଜଗତରେ ପାଦ ଦେଇଥିଲେ, ଏହି ଫିଲ୍ମଟି ବିଶେଷ ସଫଳ ହୋଇ ନ ଥିଲା। ‘ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ ସହିତ କିଆରା ଆଡଭାନି ସଫଳତା ପାଇଲେ। ‘କବୀର ସିଂ’, ‘ଶେର୍‌ ଶାହା’, ‘ଗୁଡ ନ୍ୟୁଜ’, ‘ଭୁଲ ଭୁଲେୟା ୨’, ‘ଜୁଗ ଜୁଗ ଜିଓ’ ଭଳି ଅନେକ ହିଟ୍‌ ଫିଲ୍ମରେ କାମ କରିଥିବା କିଆରା ଆଡଭାନୀ ଗୋଟିଏ ଫିଲ୍ମ ପାଇଁ ଚାରି ରୁ ପାଞ୍ଚ କୋଟି ଟଙ୍କା ନିଅନ୍ତି। କିଆରା ମୋହେ, ସେନକୋ ଗୋଲ୍ଡ ଏବଂ ଡାଏମଣ୍ଡ, ପ୍ରିୟାଗୋଲ୍ଡ, କୋଲଗେଟ, ପଣ୍ଡସ୍‌ ଭଳି ବଡ଼ ବ୍ରାଣ୍ଡକୁ ପ୍ରମୋଶନ କରନ୍ତି। ସେ ଗୋଟିଏ ବ୍ରାଣ୍ଡ ପାଇଁ ଦୁଇରୁ ତିନି କୋଟି ଚାର୍ଜ କରନ୍ତି। କିଆରା ଆଡଭାନୀଙ୍କ ମୋଟ ନିଟ ମୂଲ୍ୟ ପ୍ରାୟ ୩୦ କୋଟି ଟଙ୍କା।
କିଆରା ବିଳାସପୂର୍ଣ୍ଣ ଯାନକୁ ଭଲ ପାଆନ୍ତି। ସେ ପ୍ରାୟତଃ ମର୍ସିଡିଜ ବେଞ୍ଜ ଇ୨୨୦ଡିରେ ଦେଖାଯାନ୍ତି, ଯାହାର ମୂଲ୍ୟ ୭୧.୯୫ ଲକ୍ଷ। ଏହା ବ୍ୟତୀତ ସେ ଅଡି ଏ୮ଏଲର ମାଲିକ, ଯାହାର ମୂଲ୍ୟ ୧.୫୬ କୋଟି। ମୁମ୍ବାଇରେ କିଆରାଙ୍କ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟର ଅଛି, ଯାହାର ମୂଲ୍ୟ ପ୍ରାୟ ୧୫ କୋଟି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri