ଜାଣି ରଖନ୍ତୁ କିପରି କିଡ୍‌ନୀକୁ ରଖିବେ ସୁସ୍ଥ

ଆମ ଶରୀରର ଅନ୍ୟତମ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରବାହିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ। ତେବେ କିଡ୍‌ନୀ କିପରି ସୁସ୍ଥ ରହିବ, ସେ ନେଇ ସତର୍କ ରହିବା ନିହାତି ଦରକାର। କିଡ୍‌ନୀ ସମସ୍ୟାର କେତେକ କାରଣ ରହିଛି। ଏହାର କାର୍ଯ୍ୟ ବାଧାପ୍ରାପ୍ତ ହେଲେ ଗୋଡ଼ ଫୁଲିଯାଏ। ଶରୀରର ଯୋଡ଼ା ଅଂଶଗୁଡ଼ିକରେ ଦରଜ ଅନୁଭୂତ ହୁଏ। ରକ୍ତଚାପ ଅସନ୍ତୁଳିତ ରହେ। ଦୁର୍ବଳ ଲାଗେ। ବାନ୍ତି ଉଠାଏ ଆଉ ବେଳେବେଳେ ହୁଏ ମଧ୍ୟ। ନିଃଶ୍ୱାସପ୍ରଶ୍ୱାସ ନେବାରେ ବାଧା ଉପୁଜେ। ଫଳରେ ଶ୍ୱାସକ୍ରିୟାଜନିତ ରୋଗ ଦେଖାଦିଏ। ତେଣୁ କିଡ୍‌ନୀକୁ ସୁସ୍ଥ ରଖିବା ପାଇଁ ପ୍ରଥମେ ଆବଶ୍ୟକ ମୁତାବକ ପାଣି ପିଅନ୍ତୁ। କିଡ୍‌ନୀଜନିତ ରୋଗ ଦେଖାଗଲେ ଶରୀରରେ ୟୁରିଆ ତତ୍ତ୍ୱ ବଢ଼ିଯାଏ। ସେଥିପାଇଁ ଏହାକୁ ସନ୍ତୁଳିତ ରଖିବା ପାଇଁ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଅଧିକ ଖାଆନ୍ତୁ। ଘିଅ, କ୍ଷୀର, ମାଛ, ମାଂସ, ପନିର୍‌, ସୋୟାବିନ୍‌ ଆଦିରେ ପ୍ରୋଟିନ୍‌ ଅଧିକ ଥାଏ। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ। ଦୈନିକ ୫ ଗ୍ରାମ୍‌ ଲୁଣ ମଧ୍ୟ ଖାଆନ୍ତୁ। ଯଦି ଧୂମପାନ କରୁଛନ୍ତି, ତେବେ ଏହାକୁ ତୁରନ୍ତ ଛାଡ଼ନ୍ତୁ, କାରଣ ଏହା ସ୍ବାସ୍ଥ୍ୟ ତଥା କିଡ୍‌ନୀ ପ୍ରତି ବେଶି କ୍ଷତିକାରକ। ଆଉ ମଧ୍ୟ ଆପଣଙ୍କର ଯଦି କୌଣସି କିଡ୍‌ନୀଜନିତ ଲକ୍ଷଣ ଜଣାପଡ଼େ, ତେବେ ବିଳମ୍ବ ନ କରି ଅଭିଜ୍ଞ କିଡ୍‌ନୀ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

ଭୀମ ଭୋଇ ସାମର୍ଥ୍ୟ ଶିବିରରେ ଅଧିକାରୀଙ୍କ ଦାଦାଗିରି: ସେବା ଅପେକ୍ଷା ‘ଫଟୋ ସୋ’ ଅଧିକ 

ଥୁଆମୂଳରାମପୁର,୭ା୨(ଦୁର୍ଗା କୀର୍ତ୍ତି): କଳାହାଣଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ଫଟକି ମହୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ଅନୁଷ୍ଠିତ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri