Posted inଖେଳ

କାହିଁକି କୋହଲିଙ୍କ ଉପରେ ଖପ୍ପା ଭାରତୀୟ ପ୍ରଶଂସକ… ଜାଣନ୍ତୁ କେବେଠାରୁ ମାରି ନାହାନ୍ତି ଶତକ

ନୂଆଦିଲ୍ଲୀ,୨୭।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଦଳର ବ୍ୟାଟ୍ସମ୍ୟାନଙ୍କ ଉପରେ ଖପ୍ପା ହୋଇଛନ୍ତି ଭାରତୀୟ ପ୍ରଶଂସକ। ଦ୍ୱିତୀୟ ସେସନରେ ମାତ୍ର ୧୭୦ ରନ୍‌ରେ ଆଉଟ୍‌ ହେବାକୁ ନେଇ ସୋସିଆଲ ମିଡିଆରେ କଟୁ ସମାଲୋଚନା କରାଯାଉଛି। ଏହି ସମାଲୋଚନାର ଶୀର୍ଷରେ ରହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ସେ ଖରାପ ଫର୍ମରେ ଥିବା ବେଳେ ଶତକ ମାରିବାରେ ବିଫଳ ହେଉଛନ୍ତି।

ଷ୍ଟାର ବ୍ୟାଟ୍ସମ୍ୟାନ କୋହଲି ଗତ ଦେଢ଼ ବର୍ଷରୁ ଅଧିକ ସମୟ ଧରି ଖରାପ ଫର୍ମରେ ଅଛନ୍ତି। ସେ ୨୦୧୯ରେ ବାଂଲାଦେଶ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଶେଷଥର ପାଇଁ ଶତକ ହାସଲ କରିଥିଲେ। ସେବେଠାରୁ ଟେଷ୍ଟରେ ତାଙ୍କ ପ୍ରଦର୍ଶନ ହାରାହାରି ୨୪.୬୪ ରହିଛି। ହେଲେ ଦିନିକିଆ ଟୁର୍ନାମେଣ୍ଟରେ ତାଙ୍କ ଖେଳ ସାମାନ୍ୟ ଉନ୍ନତ ରହିଛି। ଏଥିରେ ତାଙ୍କ ପ୍ରଦର୍ଶନ ହାରାହାରି ୪୩.୨୬ ରହିଛି।

କୋହଲିଙ୍କ ପୂର୍ବ ପ୍ରଦର୍ଶନକୁ ଦେଖିଲେ ସେ ଟେଷ୍ଟ କ୍ରିକେଟରେ ସର୍ବାଧିକ ଟେଷ୍ଟ ସ୍କୋର କରିଥିବା କ୍ରିକେଟର ହୋଇପାରନ୍ତି। କାରଣ ସେ ଏବେ ମହାନ ସଚିନ ତେନ୍ଦୁଲକରଙ୍କ ୪୯ ଦିନିକିଆ ଶତକରୁ ୬ ପାଦ ଦୂରରେ ଅଛନ୍ତି। ଚେନ୍ନାଇରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ସେ ୨ ଅର୍ଦ୍ଧଶତକ କରିଥିଲେ। ଏହାବ୍ୟତିତ ଆଡିଲେଡ୍‌ଷର ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ସେ ମଧ୍ୟ ଅର୍ଦ୍ଧଶତକ କରିଥିଲେ।

୨୦୧୯ ନଭେମ୍ବରଠାରୁ କୋହଲି ୧୫ ଦିନିକିଆ ମୁକାବିଲା ଖେଳି ୬୪୯ ରନ୍‌ କରିଛନ୍ତି। ସେ ଟେଷ୍ଟ ଅପେକ୍ଷା ଦିନିକିଆରେ ଭଲ ରହିଥିବା ବେଳେ ୮ ଅର୍ଦ୍ଧଶତକ କରିଛନ୍ତି। ହେଲେ ଶତକ କରିବାରେ ବିଫଳ ହୋଇଛନ୍ତି।

ଭାରତର ପୂର୍ବ ବ୍ୟାଟିଂ ପ୍ରଶିକ୍ଷକ ସଞ୍ଜୟ ବାଙ୍ଗର କହିଛନ୍ତି, ଶତକର ମରୁଡ଼ିକୁ ନେଇ ଉତ୍କଣ୍ଠା କୋହଲିଙ୍କ ମନରେ ଥିବ। ହେଲେ ସେ ଏଥିରୁ ମୁକୁଳିଯିବେ। ସେ ନିଜର ୭୫୦୦ ଟେଷ୍ଟ ରନ୍‌ ପାଖରେ ରହିଛନ୍ତି। କ୍ରିକେଟ ଏଭଳି ଏକ ଫର୍ମାଟ ଯେଉଁଥିରେ ସେ ସବୁକିଛି ଆରାମରେ ଦେଇପାରିବେ। ଟି୨୦ ଖେଳରେ ସେ ସୁଧାର ଆଣିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri