୪୦ ବର୍ଷରେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇସାରିଥିଲେ ସିଦ୍ଧାର୍ଥ; ଆଗକୁ ହାତରେ ଥିଲା…

ବମ୍ବେ: ବୟସ ବା କେତେ। ମାତ୍ର ୪୦ ବର୍ଷ। ସେ କ୍ୟାରିୟରର ଏଭଳି ସମୟରେ ଥିଲେ ତାଙ୍କୁ ବିଭିନ୍ନ କାମ ପାଇଁ ଅଫର୍‌ ମିଳୁଥିଲା। ଏପରିକି ଆଗାମୀ ଦିନରେ କରିବା ପାଇଁ ହାତରେ ଏକରୁ ବଳି ଆରେକ ପ୍ରୋଜେକ୍ଟ ଥିଲା। ହେଲେ ତାହା ହୋଇପାରିଲା ନାହିଁ। ଗୁରୁବାର ସକାଳ ଦୁଃଖଦ ଖବର ନେଇ ଆସିଲା। ଆମେ କଥା ହେଉଛୁ ଲୋକପ୍ରିୟ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ବିଷୟରେ।

ବଲିଉଡ୍‌ ସହ ଟେଲି ପରଦାର ଲୋକପ୍ରିୟ ଚେହେରା ମଧ୍ୟରୁ ଅନ୍ୟତମ ସିଦ୍ଧାର୍ଥ ନିଜର ପରିଶ୍ରମ ବଳରେ ସଫଳତାର ଶୀର୍ଷରେ ପହଞ୍ଚିପାରିଥିଲେ। ୨୦୦୮ରେ ସେ ‘ବାବୁଲ କା ଆଙ୍ଗନ ଛୁଟେନା’ରୁ ଅଭିନୟରେ ଡେବ୍ୟୁ କରିଥିଲେ। ଏହାପରେ ସେ ‘ଦିଲ୍‌ ସେ ଦିଲ୍‌ ତକ’, ‘ବାଳିକା ବଧୁ’, ଫିଅର ଫ୍ୟାକ୍ଟର: ଖତରୋ କେ ଖିଲାଡି ଏବଂ ବିଗ୍‌ବସ୍‌ ସିଜିନ୍‌ ୧୩ରେ ନଜର ଆସିଥିଲେ।

ଖୁବ୍‌ କମ୍‌ ଦିନରେ ସେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇପାରିଥିଲେ। ତାଙ୍କର ମୋଟ ସମ୍ପତ୍ତିର ପରିମାଣ ୧.୨ ମିଲିୟନ ଡଲାର ଥିଲା। ଏହାର ଭାରତୀୟ ମୂଲ୍ୟ ୮.୮ କୋଟି ଟଙ୍କା। ଧାରାବାହିକ ଏବଂ ବିଜ୍ଞାପନରୁ ସେ ଭଲ ଆୟ କରୁଥିଲେ।

ସିଦ୍ଧାର୍ଥ ବମ୍ବେର ପୋସ୍‌ ଅଞ୍ଚଳରେ ଏକ ଘର କିଣିଥିଲେ। ତାଙ୍କ ପାଖରେ ବିଏମ୍‌ଡବ୍ଲୁ ଭଳି ଦାମୀ ଗାଡ଼ି ଥିଲା। ସେ ବାଇକ୍‌ ଚଳାଇବାକୁ ପସନ୍ଦ ମଧ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri