ଆଇପିଏଲ୍‌ ଇତିହାସର ପ୍ରମୁଖ ବୋଲିଂ ରେକର୍ଡ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ବିଗୁଲ୍‌ ବାଜି ସାରିଛି। ଆଉ ୨ ଦିନ ପରେ ଆରମ୍ଭ ହେବ ବିଶ୍ୱର ଏହି ଧନାଢ଼୍ୟ ଟି୨୦ କ୍ରିକେଟ୍‌ ଲିଗ୍‌। ସେପ୍ଟେମ୍ବର ୧୯ରେ ଉଦ୍‌ଘାଟନୀ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ସହ ହେବ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଆସନ୍ତୁ ଜାଣିବା ଟୁର୍ନାମେଣ୍ଟ ଇତିହାସରେ ବୋଲରଙ୍କ ନାମରେ ରହିଥିବା କିଛି ପ୍ରମୁଖ ରେକର୍ଡ।
ଇତିହାସରେ ସବୁଠାରୁ ଅଧିକ ଉଇକେଟ୍‌ ମୁମ୍ବାଇ ଇଣ୍ଡିଆନ୍ସର ଲସିଥ୍‌ ମାଲିଙ୍ଗା ହାସଲ କରିଛନ୍ତି। ମାଲିଙ୍ଗା ୧୨୨ ମ୍ୟାଚ୍‌ରୁ ୧୭୦ ଉଇକେଟ୍‌ ନେଇ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। କିନ୍ତୁ ବ୍ୟକ୍ତିଗତ କାରଣ ଲାଗି ମାଲିଙ୍ଗା ଚଳିତ ସିଜନରୁ ଓହରି ଯାଇଛନ୍ତି।


ଗୋଟିଏ ମ୍ୟାଚ୍‌ରେ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ ଓ୍ବେଷ୍ଟଇଣ୍ଡିଜର ଆଲ୍‌ଜରୀ ଜୋସେଫ୍‌ଙ୍କ ନାମରେ ରହିଛି। ମୁମ୍ବାଇ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜୋସେଫ୍‌ ଗତବର୍ଷ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୩.୪ ଓଭର ବୋଲିଂ କରି ୧୨ ରନ୍‌ ବିନିମୟରେ ୬ ଉଇକେଟ୍‌ ନେଇଥିଲେ।


ଇନିଂସରେ ୫ ଉଇକେଟ୍‌ ନେବାରେ ସବୁଠାରୁ ସଫଳ ବୋଲର୍‌ ରହିଛନ୍ତି ଅଷ୍ଟ୍ରେଲିଆର ଜେମ୍ସ ଫକ୍‌ନର। ସେ ଆଇପିଏଲ୍‌ରେ ୨ ଥର ୫ ବା ଏହାଠାରୁ ଊର୍ଦ୍ଧ୍ୱ ଉଇକେଟ୍‌ ନେବାର ସୌଭାଗ୍ୟ ଲାଭ କରିଛନ୍ତି।


ଗୋଟିଏ ସିଜନରେ ସବୁଠାରୁ ଅଧିକ ଉଇକେଟ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଅଲ୍‌ରାଉଣ୍ଡର ଡ୍ବେନ ବ୍ରାଭୋଙ୍କ ନାମରେ ରହିଛି। ବ୍ରାଭୋ ୨୦୧୩ରେ ୧୮ ମ୍ୟାଚ୍‌ ଖେଳି ୩୨ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁ ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିଲେ ଧୋନୀ, ଜାଣିଲେ…

ନୂଆଦିଲ୍ଲୀ,୨୦।୪: ମହେନ୍ଦ୍ର ସିଂ ଧୋନି ଆଜିକାଲି ଆଇପିଏଲ୨୦୨୪ରେ ଖେଳୁଥିବା ନଜର ଆସିଛନ୍ତି । ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଅଧିନାୟକ ଭାବରେ ନୁହେଁ ବରଂ...

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri