ଆଇପିଏଲ୍‌ ଇତିହାସର ପ୍ରମୁଖ ବୋଲିଂ ରେକର୍ଡ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ତ୍ରୟୋଦଶ ସଂସ୍କରଣର ବିଗୁଲ୍‌ ବାଜି ସାରିଛି। ଆଉ ୨ ଦିନ ପରେ ଆରମ୍ଭ ହେବ ବିଶ୍ୱର ଏହି ଧନାଢ଼୍ୟ ଟି୨୦ କ୍ରିକେଟ୍‌ ଲିଗ୍‌। ସେପ୍ଟେମ୍ବର ୧୯ରେ ଉଦ୍‌ଘାଟନୀ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ସହ ହେବ। ଆଇପିଏଲ୍‌ ଆରମ୍ଭ ହେବା ପୂର୍ବରୁ ଆସନ୍ତୁ ଜାଣିବା ଟୁର୍ନାମେଣ୍ଟ ଇତିହାସରେ ବୋଲରଙ୍କ ନାମରେ ରହିଥିବା କିଛି ପ୍ରମୁଖ ରେକର୍ଡ।
ଇତିହାସରେ ସବୁଠାରୁ ଅଧିକ ଉଇକେଟ୍‌ ମୁମ୍ବାଇ ଇଣ୍ଡିଆନ୍ସର ଲସିଥ୍‌ ମାଲିଙ୍ଗା ହାସଲ କରିଛନ୍ତି। ମାଲିଙ୍ଗା ୧୨୨ ମ୍ୟାଚ୍‌ରୁ ୧୭୦ ଉଇକେଟ୍‌ ନେଇ ଏହି ତାଲିକାର ସର୍ବାଗ୍ରେ ରହିଛନ୍ତି। କିନ୍ତୁ ବ୍ୟକ୍ତିଗତ କାରଣ ଲାଗି ମାଲିଙ୍ଗା ଚଳିତ ସିଜନରୁ ଓହରି ଯାଇଛନ୍ତି।


ଗୋଟିଏ ମ୍ୟାଚ୍‌ରେ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ ଓ୍ବେଷ୍ଟଇଣ୍ଡିଜର ଆଲ୍‌ଜରୀ ଜୋସେଫ୍‌ଙ୍କ ନାମରେ ରହିଛି। ମୁମ୍ବାଇ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଜୋସେଫ୍‌ ଗତବର୍ଷ ସନ୍‌ରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୩.୪ ଓଭର ବୋଲିଂ କରି ୧୨ ରନ୍‌ ବିନିମୟରେ ୬ ଉଇକେଟ୍‌ ନେଇଥିଲେ।


ଇନିଂସରେ ୫ ଉଇକେଟ୍‌ ନେବାରେ ସବୁଠାରୁ ସଫଳ ବୋଲର୍‌ ରହିଛନ୍ତି ଅଷ୍ଟ୍ରେଲିଆର ଜେମ୍ସ ଫକ୍‌ନର। ସେ ଆଇପିଏଲ୍‌ରେ ୨ ଥର ୫ ବା ଏହାଠାରୁ ଊର୍ଦ୍ଧ୍ୱ ଉଇକେଟ୍‌ ନେବାର ସୌଭାଗ୍ୟ ଲାଭ କରିଛନ୍ତି।


ଗୋଟିଏ ସିଜନରେ ସବୁଠାରୁ ଅଧିକ ଉଇକେଟ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଅଲ୍‌ରାଉଣ୍ଡର ଡ୍ବେନ ବ୍ରାଭୋଙ୍କ ନାମରେ ରହିଛି। ବ୍ରାଭୋ ୨୦୧୩ରେ ୧୮ ମ୍ୟାଚ୍‌ ଖେଳି ୩୨ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?