ଅନେକଙ୍କୁ ଜଣାନାହିଁ ପ୍ରଭାସଙ୍କ ପୂରା ନାମ

ଚେନ୍ନାଇ: ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ପ୍ରଭାସ ୨୩ ଅକ୍ଟୋବରକୁ ତାଙ୍କର ୪୨ ତମ ଜନ୍ମଦିନ ପାଳନ କରୁଛନ୍ତି । ଏସ୍ ଏସ୍ ରାଜାମୌଳିଙ୍କ ଫିଲ୍ମ ‘ବାହୁବଳି’ ଜରିଆରେ ଫେମଶ ହୋଇଥିବା ପ୍ରଭାସ ସୋସିଆଲ ମିଡିଆରେ ଏତେ ଆକ୍ଟିଭ ନୁହେଁ । ହେଲେ ତାଙ୍କ ପ୍ରଶଂସକ ନିକଟରେ ଅଭିନେତାଙ୍କ ହାସଟ୍ୟାଗ ଟ୍ରେଣ୍ଡ କରିଚାଲିଛନ୍ତି । ୨୦୦୨ରେ ତେଲଗୁ ଫିଲ୍ମ ‘ଈଶ୍ୱର’ରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ ପ୍ରଭାସ । ବଲିଉଡ ମୁଭି ଆକ୍ସନ ଜ୍ୟାକ୍ସନରେ ସେ ପ୍ରଥମେ ସ୍ପେଶାଲ ଆପିୟରାନ୍ସରେ ନଜର ଆସିଥିଲେ । ହେଲେ ଏବେ ସେ ସବୁଠାରୁ ଅଧିକ ପେଡ ଆର୍ଟିଷ୍ଟ ଭାବେ ବେଶ ଜଣାଶୁଣା ।
ଆଜିବି ଅନେକଙ୍କୁ ଜଣାନାହିଁ ପ୍ରଭାସଙ୍କ ପୂରା ନାଁ କ’ଣ । ତାଙ୍କର ପୁରା ନାଁ ହେଲା ଉପ୍ପଳପତି ଭେଙ୍କଟ ସତ୍ୟନାରାୟଣ ପ୍ରଭାସ ରାଜୁ । କିନ୍ତୁ ସ୍କ୍ରିନ ପାଇଁ ସେ କେବଳ ପ୍ରଭାସ ନାଁ ହିଁ ବାଛିଥିଲେ । ଏବେ ସେ ଜଣେ ଆଗଧାଡିର ନାୟକ ଭାବେ ବେଶ୍ ପରିଚିତ ।
ବଟର ଚିକେନ ଓ ବିରିୟାନି ଖାଇବାକୁ ରୁଚି ରଖୁଥିବା ପ୍ରଭାସ ଥରେ ଏକ ସାକ୍ଷାତ୍‌କାରରେ କହିଥିଲେ ଯଦି ସେ ଅଭିନୟ ନ କରି ଥାଆନ୍ତେ ତେବେ ସେ ହୋଟେଲ ବିଜନେସ କରିଥାଆନ୍ତେ । ରାଜକୁମାର ହିରାନିଙ୍କ ବଡ ପ୍ରଶଂସକ ପ୍ରଭାସ ଥ୍ରି ଇଡିଅଟ୍ସ ଓ ମୁନ୍ନା ଭାଇ ଏମ୍‌ବିବିଏସ୍‌କୁ ଅତିକମରେ ୨୦ ଥର ଦେଖିଥିବା କୁହନ୍ତି । ହଲିଉଡ ଆକ୍ଟର ରର୍ବଟ ଡି ନୋରାଙ୍କ ବଡ ପ୍ରଶଂସକ ହେଉଛନ୍ତି ପ୍ରଭାସ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri