ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସୋସିଆଲ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଛି। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍‌ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ’ ବୋଲି ସେ କହିଛନ୍ତି।

ପ୍ରକାଶ ଯେ,ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି। ୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri