ରତ୍ନଭଣ୍ଡାର ଖୋଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼ ବୟାନ, ଜାଣନ୍ତୁ କ’ଣ କହିଲେ…

ପୁରୀ ଅଫିସ,୧୪।୭: ଦୀର୍ଘ ୪୬ ବର୍ଷ ପରେ ଖୋଲିଛି ରତ୍ନଭଣ୍ଡାର। ରବିବାର ୧୧ ଜଣିଆ ଟିମ୍‌ ଶ୍ରୀମନ୍ଦିର ଯାଇ ନିର୍ଦ୍ଧାରିତ ସମୟ ୧ଟା ୨୮ ମିନିଟ୍‌ରେ ରତ୍ନଭଣ୍ଡାର ଖୋଲିଛନ୍ତି। ଏନେଇ ଖବର ଆସିବା ପରେ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସୋସିଆଲ ମିଡିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହେ ମହାପ୍ରଭୁ! ତୁମେ ଲୀଳାମୟ। ତୁମ ଇଚ୍ଛାରେ ଏ ସାରା ସଂସାର ଆତଯାତ ହେଉଛି। ତୁମେ ଓଡ଼ିଆ ଜାତିର ହୃତ୍ ସ୍ପନ୍ଦନ। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ଶ୍ରେଷ୍ଠ ପରିଚୟ। ତୁମ ଇଚ୍ଛାରେ ଓଡ଼ିଆ ଜାତି ଆଜି ତାର ଅସ୍ମିତାର ପରିଚୟକୁ ନେଇ ଆଗକୁ ବଢ଼ିବାକୁ ଉଦ୍ୟମ ଆରମ୍ଭ କରିଛି। ତୁମ ଇଚ୍ଛାରେ ପ୍ରଥମେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିଛି। ତୁମ ଇଚ୍ଛାରେ ୪୬ ବର୍ଷ ପରେ ଆଜି ଏକ ମହତ୍‌ ଉଦ୍ଦେଶ୍ୟ ନେଇ ରତ୍ନ ଭଣ୍ଡାର ଖୋଲାଗଲା। ଏ ମହାନ କାର୍ଯ୍ୟ ସଫଳ ହେବ ବୋଲି ମୋର ଦୃଢ଼ ବିଶ୍ୱାସ। ତୁମ ଆଶୀର୍ବାଦରେ ପ୍ରତ୍ୟେକ ଓଡ଼ିଆ ଜାତି, ଗୋଷ୍ଠୀ, ବର୍ଣ୍ଣ ଓ ସର୍ବୋପରି ରାଜନୀତିର ଭେଦକୁ ଭୁଲି ଆଧ୍ୟାତ୍ମିକ ଓ ଭୌତିକ ଜଗତରେ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିବାକୁ ଅଗ୍ରସର ହେଉ, ଏତିକି ପ୍ରାର୍ଥନା। ଜୟ ଜଗନ୍ନାଥ’ ବୋଲି ସେ କହିଛନ୍ତି।

ପ୍ରକାଶ ଯେ,ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି। ୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?