‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…

ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ। କାଳିଆ ଯୋଜନା ନେଇ ଉଚ୍ଚସ୍ତରରେ ଆଲୋଚନା ଓ ବିଚାର ବିମର୍ଶ ଚାଲିଛି ବୋଲି ସେ କହିଛନ୍ତି।

ବିଧାନସଭାରେ ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ବିଭାଗୀୟ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ, ରାଜ୍ୟର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତା ରାଶି ଏବଂ ଅନ୍ୟାନ୍ୟ ସୁବିଧା ଆଗାମୀ ଦିନରେ ଜାରି ରହିବ ନା ବନ୍ଦ ହୋଇଯିବ। ଯଦି ଜାରି ରହିବ ତେବେ ଏହାର ପରିମାଣ ବୃଦ୍ଧି ନେଇ ସରକାର କିଛି ନିଷ୍ପତି ନେଇଛନ୍ତି କି ବୋଲି ପଚାରିଥିଲେ। ଏହାର ଉତ୍ତରରେ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ସିଂଦେଓ କହିଛନ୍ତି, ରାଜ୍ୟରେ କାଳିଆ ଯୋଜନା ସମ୍ପର୍କରେ ଉଚ୍ଚସ୍ତରରେ ଆଲୋଚନା ଓ ବିଚାର ଚାଲିଛି। ଏହାର ନିଷ୍ପତ୍ତି ହେଲା ପରେ ସମସ୍ତ ତଥ୍ୟ ବିଧାୟକଙ୍କୁ ଜଣାଇଦିଆଯିବ।

ସେହିପରି ବିଜେଡି ବିଧାୟକ ଅରୁଣ ସାହୁ ମଧ୍ୟ ରାଜ୍ୟ ସରକାରଙ୍କ କାଳିଆ ହିତାଧିକାରୀ ସଂଖ୍ୟା ସାରା ରାଜ୍ୟରେ କେତେ ଏବଂ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ କଲ୍ୟାଣ ଯୋଜନାରେ ହିତାଧିକାରୀ ସଂଖ୍ୟା ରାଜ୍ୟରେ କେତେ ବୋଲି ପ୍ରଶ୍ନ କରିଥିଲେ। ଏହାସହ ସରକାର କାଳିଆ ଯୋଜନାକୁ ବନ୍ଦ କରିବାକୁ ଯୋଜନା କରିଛନ୍ତି କି, ଯଦି କାଳିଆ ଯୋଜନା ବନ୍ଦ ହୁଏ ତେବେ ଏହି ଯୋଜନାରେ ହିତାଧିକାରୀଙ୍କ ନିମନ୍ତେ କି ପ୍ରକାର ଯୋଜନା କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହାର ଉତ୍ତରରେ ସିଂଦେଓ କହିଛନ୍ତି , ରାଜ୍ୟରେ କାଳିଆ ଯୋଜନାରେ ମୋଟ ୪୫ ଲକ୍ଷ ୬୭ ହଜାର ୫୨୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୯ ଲକ୍ଷ ୧୨ ହଜାର ୧୨୨ ଜଣ ଭୂମିହୀନ କୃଷି ପରିବାରକୁ ଅନ୍ତର୍ଭୁକ୍ତ କରାଯାଇ ସହାୟତା ରାଶି ପ୍ରଦାନ କରାଯାଇଛି। ସେହିପରି ଗତ ଜୁନ୍‌ ୧୮ ରେ ପ୍ରଦାନ କରାଯାଇଥିବା ପିଏମ୍‌ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତିରେ ରାଜ୍ୟର ୨୯ ଲକ୍ଷ ୭୩ ହଜାର ୯୮୦ ଜଣ ଚାଷୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି। ତେବେ ରାଜ୍ୟରେ କାଳିଆ ଯୋଜନା ସମ୍ପର୍କରେ ଉଚ୍ଚସ୍ତରରେ ଆଲୋଚନା ଓ ବିଚାର ଚାଲିଛି। ଏହାର ନିଷ୍ପତ୍ତି ହେଲା ପରେ ସମସ୍ତ ତଥ୍ୟ ବିଧାୟକଙ୍କୁ ଜଣାଇ ଦିଆଯିବ ବୋଲି ସିଂଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri