ଦିଲ୍ଲୀରେ ଭାଜପାର ବିଜୟ ପରେ ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୮।୨: ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନୋମହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର । ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ଏଥର ଦିଲ୍ଲୀ ନିର୍ବାଚନ ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଥିଲା। ନିର୍ବାଚନ ପରିଚାଳନାକୁ ବେଶ ସୁଚାରୁ ରୂପେ କରି ପାରିଛନ୍ତି। ସମସ୍ତଙ୍କୁ ଏକାଠି କରି ନିର୍ବାଚନ ପରିଚାଳନା କରି ସଫଳତା ଆଣିଛନ୍ତି। ମୋଦିଙ୍କ ନେତୃତ୍ବରେ ସମସ୍ତଙ୍କୁ ଏକତ୍ର କରିବାରୁ ସଫଳତା ମିଳିଛି।

୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳର ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ଏହି ନିର୍ବାଚନ ଫଳାଫଳରେ, ଭାରତୀୟ ଜନତା ପାର୍ଟି ପ୍ରାୟ ବହୁମତ ସଂଖ୍ୟା ଅତିକ୍ରମ କରିସାରିଛି। ସରକାର ଗଠନ କରିବା ନେଇ ଆତ୍ମବିଶ୍ୱାସୀ ଭାରତୀୟ ଜନତା ପାର୍ଟିର ନେତାମାନେ ଖୁସି ମନେହେଉଛି। ଏହି ସମ୍ପର୍କରେ ଭାଜପା ନେତା ଯୋଗେନ୍ଦ୍ର ଚନ୍ଦୌଲି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଆବେଦନ ଶୁଣିବା ପାଇଁ ମୁଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଉଛି। କେଜ୍‌ରିୱାଲ ସମସ୍ତ ମଡେଲରେ ବିଫଳ ହୋଇଛନ୍ତି। କେଜ୍‌ରିୱାଲ ତିହାର ଯିବେ ଏହା ନିଶ୍ଚିତ। ସେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲେ କିନ୍ତୁ ଏବେ ସେ ବିଧାୟକ ମଧ୍ୟ ହେବାକୁ ଯାଉନାହାଁନ୍ତି। ଦଳର ହାଇକମାଣ୍ଡ ଦ୍ୱାରା ମନୋନୀତ ଯେକୌଣସି ଦଳୀୟ କର୍ମୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri