ଦିଲ୍ଲୀରେ ଭାଜପାର ବିଜୟ ପରେ ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୮।୨: ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନୋମହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର । ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି। ଏଥର ଦିଲ୍ଲୀ ନିର୍ବାଚନ ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଥିଲା। ନିର୍ବାଚନ ପରିଚାଳନାକୁ ବେଶ ସୁଚାରୁ ରୂପେ କରି ପାରିଛନ୍ତି। ସମସ୍ତଙ୍କୁ ଏକାଠି କରି ନିର୍ବାଚନ ପରିଚାଳନା କରି ସଫଳତା ଆଣିଛନ୍ତି। ମୋଦିଙ୍କ ନେତୃତ୍ବରେ ସମସ୍ତଙ୍କୁ ଏକତ୍ର କରିବାରୁ ସଫଳତା ମିଳିଛି।

୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳର ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି। ଏହି ନିର୍ବାଚନ ଫଳାଫଳରେ, ଭାରତୀୟ ଜନତା ପାର୍ଟି ପ୍ରାୟ ବହୁମତ ସଂଖ୍ୟା ଅତିକ୍ରମ କରିସାରିଛି। ସରକାର ଗଠନ କରିବା ନେଇ ଆତ୍ମବିଶ୍ୱାସୀ ଭାରତୀୟ ଜନତା ପାର୍ଟିର ନେତାମାନେ ଖୁସି ମନେହେଉଛି। ଏହି ସମ୍ପର୍କରେ ଭାଜପା ନେତା ଯୋଗେନ୍ଦ୍ର ଚନ୍ଦୌଲି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଆବେଦନ ଶୁଣିବା ପାଇଁ ମୁଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଉଛି। କେଜ୍‌ରିୱାଲ ସମସ୍ତ ମଡେଲରେ ବିଫଳ ହୋଇଛନ୍ତି। କେଜ୍‌ରିୱାଲ ତିହାର ଯିବେ ଏହା ନିଶ୍ଚିତ। ସେ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲେ କିନ୍ତୁ ଏବେ ସେ ବିଧାୟକ ମଧ୍ୟ ହେବାକୁ ଯାଉନାହାଁନ୍ତି। ଦଳର ହାଇକମାଣ୍ଡ ଦ୍ୱାରା ମନୋନୀତ ଯେକୌଣସି ଦଳୀୟ କର୍ମୀ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri