Posted inଜାତୀୟ

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ ବିଭିନ୍ନ ରାଜ୍ୟର ଉତ୍ପାଦ ରହିଥିଲା। ମୋଦି ପ୍ରଥମେ ବିଲ ଗେଟ୍ସଙ୍କୁ ପୁଷ୍ଟିକର ପୁସ୍ତକ ଦେଇଥିଲେ ଏବଂ ତା’ପରେ ତାମିଲନାଡୁର ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ପ୍ରସ୍ତୁତ ମୋତି ଉପହାର ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାମିଲନାଡୁର ପ୍ରସିଦ୍ଧ କଳା ଟେରାକୋଟାକୁ ବିଲ ଗେଟ୍ସଙ୍କୁ ଉପହାର ଦେଇଛନ୍ତି। ଏହି ସମୟରେ ମୋଦି ବିଲ ଗେଟ୍ସଙ୍କୁ ଟେରାକୋଟାର ବିଶେଷତା ବିଷୟରେ କହିଥିଲେ ଏବଂ ଏହା ଏକ ଅତି ଲୋକପ୍ରିୟ କଳା, ଯାହା ବିଦେଶରେ ମଧ୍ୟ ପ୍ରସିଦ୍ଧ। ଲୋକମାନେ ନିଜ ଘର ଏବଂ ମନ୍ଦିରରେ ମଧ୍ୟ ଏହିପରି କଳା ସ୍ଥାପନ କରନ୍ତି ବୋଲି ସେ କହିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଶ୍ମୀରରୁ ବିଲ ଗେଟ୍ସଙ୍କୁ ଏକ ପଶମିନା ଶାଲ ଦେଇଥିଲେ ଏବଂ ପରେ ତାଙ୍କୁ ଉପହାର ସ୍ବରୂପ କଶ୍ମୀରର କେଶର ମଧ୍ୟ ଦେଇଥିଲେ। ସେ ବିଲ ଗେଟ୍ସଙ୍କୁ କହିଛନ୍ତି ଯେ ବର୍ତ୍ତମାନ ସେ ଦେଶରେ ଭୋକାଲ ଫଣ ଲୋକାଲ ଓ ଓ୍ବାନ-ଡିଷ୍ଟ୍ରିକ୍ଟ-ଓ୍ବାନ ପ୍ରୋଜେକ୍ଟ ମୁଭମେଣ୍ଟ ଚଳାଉଛନ୍ତି। ଶେଷରେ ପ୍ରଧାନମନ୍ତ୍ରୀ ମୋଦି ବିଲ ଗେଟ୍ସଙ୍କୁ ଦାର୍ଜିଲିଂ ଏବଂ ନୀଳଗିରି ଚା ପତ୍ର ଦେଇଛନ୍ତି ଏବଂ କହିଛନ୍ତି ମୁଁ ଆବଣଙ୍କୁ ଦେଖିଛି ଆପଣ ଚା ଉପରେ ଚର୍ଚ୍ଚା କରୁଛନ୍ତି।
ମୋଦି ଶୁକ୍ରବାର କହିଛନ୍ତି ଯେ କୃଷି, ସ୍ବାସ୍ଥ୍ୟ ଏବଂ ଶିକ୍ଷା ହେଉଛି ତିନୋଟି କ୍ଷେତ୍ର ଯେଉଁଥିରେ ପ୍ରଯୁକ୍ତିବିଦ୍ୟା ଏକ ପ୍ରମୁଖ ଭୂମିକା ଗ୍ରହଣ କରିପାରିବ। ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ତଥା ବିଭିନ୍ନ କାର୍ଯ୍ୟ ସହ ଜଡିତ ବିଲ ଗେଟ୍ସଙ୍କ ସହ ବାର୍ତ୍ତାଳାପରେ ମୋଦି କହିଛନ୍ତି ଯେ ସେ ବିଶ୍ୱରେ ଡିଜିଟାଲ ବିଭେଦ ବିଷୟରେ ଶୁଣୁଥିଲେ ଏବଂ ସେ ନିଷ୍ପତ୍ତି ନେଇଛନ୍ତି ଯେ ଏହା ଭାରତରେ ଘଟିବ ନାହିଁ। ସେ କହିଛନ୍ତି, ‘ମୁଁ ଡିଜିଟାଲ ବିଭାଜନ ଘଟିବାକୁ ଦେବି ନାହିଁ, ଆମେ ଗାଁକୁ ଡିଜିଟାଲ ଭିତ୍ତିଭୂମି ନେଇଯିବା।’


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri