ସକାଳ ଜଳଖିଆରେ କ’ଣ ଖାଇବେ କ’ଣ ମନା ଜାଣିରଖନ୍ତୁ…

ବ୍ରେକ୍‌ଫାଷ୍ଟ ବା ସକାଳ ଜଳଖିଆରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହା ଆମ ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ କେତେବେଳେ ବ୍ରେକ୍‌ଫାଷ୍ଟ କରିବେ ତାହା ନିର୍ଦ୍ଧାରଣ କରନ୍ତୁ। ସବୁବେଳେ ଯେମିତି ସେହି ସମୟରେ ହିଁ ବ୍ରେକ୍‌ଫାଷ୍ଟ କରିବେ, ସେଥିପ୍ରତି ଧ୍ୟାନ ଦିଅନ୍ତୁ। ବ୍ରେକ୍‌ଫାଷ୍ଟ ଖାଦ୍ୟ ତାଲିକାରେ ସବୁବେଳେ ହାଲ୍‌କା ଖାଦ୍ୟ ସାମିଲ କରନ୍ତୁ। କାରଣ ଏପରି ଖାଦ୍ୟ ସହଜରେ ହଜମ ହୋଇଥାଏ। ପ୍ରତିଦିନ ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳରୁ ପ୍ରସ୍ତୁତ ଜୁସ୍‌ ପିଅନ୍ତୁ। ସକାଳେ ଏପରି ଖାଦ୍ୟ ଆଦୌ ଖାଆନ୍ତୁ ନାହିଁ, ଯେପରି ଦିନତମାମ ଆପଣଙ୍କୁ ଭାରାକ୍ରାନ୍ତ ଲାଗିବ। ଆଉ ଗୋଟିଏ କଥା ମନେ ରଖିବା ନିହାତି ଦରକାର। ସକାଳୁ କଦାପି ତେଲଜାତୀୟ ଏବଂ ଛଣାଛଣି ଖାଦ୍ୟ ଖାଆନ୍ତୁ ନାହିଁ। କାରଣ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ସବୁବେଳେ ମନେ ରଖନ୍ତୁ ଯେ, ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ, ତେଣୁ ଏଥିରେ ଏପରି ଖାଦ୍ୟ ସାମିଲ କରନ୍ତୁ , ଯାହା ମନକୁ ଖୁସି ରଖିବା ସହ ମାନସିକତାକୁ ସକାରାତ୍ମକ ରଖିବାରେ ସାହାଯ୍ୟ କରିବ। ଯଦି ପ୍ରତିଦିନ ଆପଣ ବ୍ୟାୟାମ କରୁଛନ୍ତି ତେବେ କିଛି ସମୟ ପରେ ହିଁ ବ୍ରେକ୍‌ଫାଷ୍ଟ କରନ୍ତୁ। ପ୍ରତିଦିନ ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳ ଖାଆନ୍ତୁ। ଏହି ତାଲିକାରେ ଫାଷ୍ଟଫୁଡ଼୍‌ ଜାତୀୟ ଖାଦ୍ୟ ଆଦୌ ସାମିଲ କରନ୍ତୁ ନାହିଁ। ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳ ବ୍ୟତୀତ ବ୍ରେଡ, ବିସ୍କୁଟ ବି ଖାଇପାରିବେ। ଏହି ତାଲିକାରେ ସାଲାଡ୍‌ ସାମିଲ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri