ଜାଣନ୍ତୁ ଓଡ଼ିଶାର କେଉଁ ଜିଲାରେ କେବେ ଭୋଟ୍‌

ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩, ୨୦, ୨୫ ଏବଂ ଜୁନ୍‌ ୧ରେ ଆମ ରାଜ୍ୟରେ ନିର୍ବାଚନ ହେବ। ଜୁନ୍‌ ୪ ମଙ୍ଗଳବାର ଭୋଟ୍‌ ଗଣତି ହେବ। ତେବେ ଜାଣନ୍ତୁ କେଉଁ ଜିଲାରେ କେତେ ତାରିଖରେ ଭୋଟ୍‌ ଅନୁଷ୍ଠିତ ହେବ…

ମେ’ ୧୩ ଅର୍ଥାତ୍‌ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା,  ରାୟଗଡ଼ା, ମାଲକାନଗିରି ଏବଂ ଗଜପତିରେ ନିର୍ବାଚନ ଅନୁଷ୍ଠିତ ହେବ। ସେହିପରି ମେ’ ୨୦ ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ ଏବଂ ଗଞ୍ଜାମରେ ହେବ ନିର୍ବାଚନ। ମେ’ ୨୫ରେ ସମ୍ବଲପୁର, କେନ୍ଦୁଝର, କଟକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧା, ଦେବଗଡ଼, ଅନୁଗୋଳ, ନୟାଗଡ଼ରେ ନିର୍ବାଚନ ହେବ।

ଜୁନ୍‌ ୧ରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଏବଂ ଜଗତସିଂହପୁରରେ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri