ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା: CHSE ପକ୍ଷରୁ ହେଲା ଡେଟ୍‌ କନଫର୍ମ

ଭୁବନେଶ୍ୱର,୪।୨: ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ। ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ ପୂର୍ବ ନିୟମିତ (ଏକ୍ସ-ରେଗୁଲାର) ଥିଓରୀ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଏନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ସିଏଚ୍‌ଏସଇ ଅଧ୍ୟକ୍ଷ ।ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। କପି ରୋକିବା ପାଇଁ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ବଡ ପରିବର୍ତ୍ତନ ଆସିବ । ଚଳିତ ବର୍ଷ ୮୦ ମାର୍କର ଥିଓରି ଏବଂ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ହେବ । ପ୍ରଥମ ଥର ପାଇଁ ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର ।୧୮ରେ ବିଜ୍ଞାନ ବିଭାଗର ଏମଆଇଏଲ୍ ଓଡ଼ିଆ ପରୀକ୍ଷା, ୧୯ରେ କଳା ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କର ଓଡ଼ିଆ ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପତ୍ରବିନିମୟ ପରୀକ୍ଷା ଅନୁଷ୍ଠିତ ହେବ । ଏଥର ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ସିଏଚଏସଇ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି । ଡିସେମ୍ବର ୨୩ରୁ ୩୦ ତରିଖ ପର୍ଯ୍ୟନ୍ତ ଇଣ୍ଟରନାଲ ପରୀକ୍ଷା ପ୍ରୋଜେଷ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ସେହିପରି ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବା ନେଇ ପୂର୍ବରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଥିଲା ।

ଏହା ପୂର୍ବରୁ ନଭେମ୍ବର ୨୫ ପର୍ଯ୍ୟନ୍ତ ଯୁକ୍ତଦୁଇ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଥିବାବେଳେ ତାହାକୁ ପୁନର୍ବାର ବୃଦ୍ଧି କରାଯାଇଥିଲା । ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିଲା। ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଅନୁରୋଧ କରାଯିବା ପରେ ପରିଷଦ ପକ୍ଷରୁ ଏହି ଅବଧିକୁ ଆଉ ଥରେ ବୃଦ୍ଧି କରାଯାଇଛି ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri