ଜାଣନ୍ତୁ କେବେ ହେବ ଯୁକ୍ତ ଦୁଇ ପରୀକ୍ଷା: CHSE ପକ୍ଷରୁ ହେଲା ଡେଟ୍‌ କନଫର୍ମ

ଭୁବନେଶ୍ୱର,୪।୨: ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ତାରିଖରେ ଶେଷ ହେବ। ଯୁକ୍ତଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ନିୟମିତ ଓ ପୂର୍ବ ନିୟମିତ (ଏକ୍ସ-ରେଗୁଲାର) ଥିଓରୀ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି । ଏନେଇ ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ସିଏଚ୍‌ଏସଇ ଅଧ୍ୟକ୍ଷ ।ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୧୨୭୬ ସେଣ୍ଟରରେ ୩,୯୩,୬୧୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। କପି ରୋକିବା ପାଇଁ ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ବଡ ପରିବର୍ତ୍ତନ ଆସିବ । ଚଳିତ ବର୍ଷ ୮୦ ମାର୍କର ଥିଓରି ଏବଂ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ହେବ । ପ୍ରଥମ ଥର ପାଇଁ ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର ।୧୮ରେ ବିଜ୍ଞାନ ବିଭାଗର ଏମଆଇଏଲ୍ ଓଡ଼ିଆ ପରୀକ୍ଷା, ୧୯ରେ କଳା ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କର ଓଡ଼ିଆ ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପତ୍ରବିନିମୟ ପରୀକ୍ଷା ଅନୁଷ୍ଠିତ ହେବ । ଏଥର ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ସିଏଚଏସଇ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି । ଡିସେମ୍ବର ୨୩ରୁ ୩୦ ତରିଖ ପର୍ଯ୍ୟନ୍ତ ଇଣ୍ଟରନାଲ ପରୀକ୍ଷା ପ୍ରୋଜେଷ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ସେହିପରି ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବା ନେଇ ପୂର୍ବରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଥିଲା ।

ଏହା ପୂର୍ବରୁ ନଭେମ୍ବର ୨୫ ପର୍ଯ୍ୟନ୍ତ ଯୁକ୍ତଦୁଇ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଥିବାବେଳେ ତାହାକୁ ପୁନର୍ବାର ବୃଦ୍ଧି କରାଯାଇଥିଲା । ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଏହି ଅବଧିକୁ ବୃଦ୍ଧି କରାଯାଇଥିଲା। ବିଭିନ୍ନ କନିଷ୍ଠ ମହାବିଦ୍ୟାଳୟ (ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଅନୁରୋଧ କରାଯିବା ପରେ ପରିଷଦ ପକ୍ଷରୁ ଏହି ଅବଧିକୁ ଆଉ ଥରେ ବୃଦ୍ଧି କରାଯାଇଛି ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?