ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା ଆସନରେ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ବୁଥ୍‌ରେ ପ୍ରିଜାଇଡିଂ ଏବଂ ପୋଲିଂ ଅଧିକାରୀ ପହଞ୍ଚତ୍ ଯାଇଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ୫ଟି ସଂସଦୀୟ କ୍ଷେତ୍ରରେ ୪୦ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେହିପରି ୩୫ ବିଧାନସଭା ଆସନ ପାଇଁ ୨୬୫ ପ୍ରାର୍ଥୀ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୪୧ ମହିଳା ପ୍ରାର୍ଥୀ ଥିବା ବେଳେ ୨୨୪ଜଣ ପୁରୁଷ ପ୍ରାର୍ଥୀ ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ମତଦାତା ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୪୦,୩୩,୯୯୨ ପୁରୁଷ, ୩୯,୩୫,୦୪୪ ମହିଳା ଓ ୮୫୧ ତୃତୀୟଲିଙ୍ଗୀ ଭୋଟର ରହିଛନ୍ତି। ଏମାନଙ୍କ ମଧ୍ୟରେ ୨,୧୩,୧୨୯ ଜଣ ୧୮-୧୯ ବର୍ଷ ବୟସର ପ୍ରଥମଥର ମତଦାତା, ୨୦-୨୯ ବର୍ଷ ବୟସର ୧୬,୯୮,୫୧୬ ଜଣ ଯୁବ ମତଦାତା ରହିଛନ୍ତି। ସେହିଭଳି ୫୫,୮୮୨ ଜଣ୮୫ ବର୍ଷରୁ ଊର୍ଦ୍ଧ୍ୱ ମତଦାତା, ୧,୮୧୨ ଜଣ ୧୦୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତା, ୧,୦୭,୮୨୩ ଜଣ ଭିନ୍ନକ୍ଷମ ମତଦାତା, ୪୬ ଜଣ ପ୍ରବାସୀ ମତଦାତା ଓ ୧୦,୬୩୦ ଜଣ ସର୍ଭିସ ଭୋଟର ରହିଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୯,୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି। ୯,୧୪୮ ମତଦାନ କେନ୍ଦ୍ର ମଧ୍ୟରୁ ୧,୦୯୦ଟି ସହରାଞ୍ଚଳ ଓ ୮,୦୫୮ଟି ଗ୍ରାମାଞ୍ଚଳରେ ରହିଛି। ଏହା ମଧ୍ୟରେ ୧,୦୪୧ଟି ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ‘ସଖୀ’ ମତଦାନ କେନ୍ଦ୍ର, ୨୫ଟି ‘ସମ୍ପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର ରହିଛି। ଏହି ପର୍ଯ୍ୟାୟରେ ମୋଟ ୧,୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର (ମଡେଲ ବୁଥ) ରହିଛି। ଏହି ପର୍ଯ୍ୟାୟରେ ପ୍ରାୟ ୬୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିଯୋଜିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?