ଜାଣନ୍ତୁ ସୁଭଦ୍ରା ଯୋଜନାରୁ କିଏ ପଡ଼ିବେ ବାଦ୍‌, ଆଉ ଯୋଗ୍ୟ ହିିତାଧିକାରୀଙ୍କ ଆବେଦନ ପାଇଁ ଦରକାର କେଉଁ ଡକ୍ୟୁମେଣ୍ଟ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ୪ଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍‌ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି। ସେହି ଘୋଷଣା ମଧ୍ୟରେ ସବୁଠୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା।

ତେବେ କିଏ ଏହି ଯୋଜନାରୁ ଲାଭ ପାଇବେ ଏବଂ କିଏ ବାଦ୍‌ ପଡ଼ିବେ ଏହାକୁ ନେଇ ଚାଲିଛି ଆଲୋଚନା।
୧୦୦ ଦିନ ଭିତରେ ଏହାକୁ କାର୍ଯ୍ୟକାରୀ କରିବାକୁ ବି ଘୋଷଣା କରାଯାଇଛି।

ସୁଭଦ୍ରା ଯୋଜନା ପାଇବା ପାଇଁ କିଏ ଯୋଗ୍ୟ ଏବଂ କିଏ ଅଯୋଗ୍ୟ ଜାଣନ୍ତୁ…

୧.ମହିଳା ଜଣଙ୍କ ଓଡି଼ଶାର ବାସିନ୍ଦା ହୋଇଥିବେ।

୨.ମହିଳାଙ୍କ ବୟସ ୨୩ରୁ ୫୯ ମଧ୍ୟରେ ହେବା ଜରୁରୀ।

୩. କେବଳ ବିବାହିତା ମହିଳାମାନେ ଅନ୍ତର୍ଭୁକ୍ତ ହୋଇପାରିବେ।

୪.ଗୋଟିଏ ପରିବାରରୁ ଜଣଙ୍କୁ ସୁଭଦ୍ରା ଭାଉଚର ମିଳିବ।

୫.ଆବେଦନକାରୀ କୌଣସି ସରକାରୀ ଚାକିରି କରି ନ ଥିବେ।

୬.ଅବିବାହିତାମାନେ ଆବେଦନରୁ ବାଦ୍‌ ପଡ଼ିବେ।

ଯୋଗ୍ୟ ହିିତାଧିକାରୀ ହୋଇଥିଲେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଧାରିତ ଓ୍ବେବ୍‌ସାଇଟ୍‌ରେ ଆବେଦନ କରିବାକୁ ପଡ଼ିବ। ଆବେଦନକାରୀମାନେ ଓ୍ବେବ୍‌ସାଇଟ୍‌କୁ ଯାଇ ନିଜର ତଥ୍ୟ ପୂରଣ କରି ଆବେଦନ କରିବେ।
ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛ ସୁଭଦ୍ରା ଯୋଜନାରେ ସାମିଲ ହେବାକୁ କ’ଣ କ’ଣ ପ୍ରମାଣପତ୍ର ଦାଖଲ କରିବାକୁ ପଡ଼ିବ ଜାଣି ରଖନ୍ତୁ।

-ଆଧାର କାର୍ଡ
-ବ୍ୟାଙ୍କ ଆକାଉଣ୍ଟ ତଥ୍ୟ
-ଠିକଣା ପ୍ରମାଣପତ୍ର
-ମୋବାଇଲ ନମ୍ବର
-ପାସପୋର୍ଟ ଫଟୋ
-ଆୟ ପ୍ରମାଣପତ୍ର
-ରାଶନ କାର୍ଡ

ଖୁବ୍‌ଶୀଘ୍ର ନୋଟିଫିକେଶନ ଆସିବ ଓ ଅନ୍‌ଲାଇନ ଆବେଦନ ଆରମ୍ଭ ହେବ ବୋଲି କୁହାଯାଉଛି। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରଡ଼ା ବିଭାଗୀୟ ବୈଠକରେ ସୁଭଦ୍ରା ଯୋଜନାକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି ଏବଂ ସୁଭଦ୍ରା ଯୋଜନା ପାଇଁ ସ୍ବତନ୍ତ୍ର ମାର୍ଗଦର୍ଶିକା ପ୍ରସ୍ତୁତ କରି ୧୦୦ ଦିନ ଭିତରେ କାର୍ଯ୍ୟକରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri