Posted inଖେଳ

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ କରିଛି। ପଞ୍ଜାବ ଦ୍ୱାରା ପ୍ରଦତ୍ତ ୨୨୦ ରନର ଟାଗେର୍ଟ ଆଗରେ ସିଏସ୍‌କେ ୨୦୧ ରନ କରିବାକୁ ସକ୍ଷମ ହୋଇଥିଲା। ଏହା ପଞ୍ଜାବର ତୃତୀୟ ବିଜୟ ହୋଇଥିବା ବେଳେ ଚେନ୍ନାଇର ଏହା କ୍ରମାଗତ ଚତୁର୍ଥ ପରାଜୟ।

ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ପାଇଁ ଆରମ୍ଭରୁ ଗୋଟିଏ ପକ୍ଷରେ ଓପନର ପ୍ରିୟାଂଶ ଆଟାକିଂ ବ୍ୟାଟିଂ କରୁଥିବା ବେଳେ ଅନ୍ୟ ପଟେ କ୍ରମାଗତ ଉଇକେଟ ପତନ ଜାରି ରହିଥିଲା। ପଞ୍ଜାବ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୧୯ ରନ କରିଥିଲା।

ସିଏସକେ ପକ୍ଷରୁ ଖଲିଲ ଅହମ୍ମଦ ଓ ରବିଚନ୍ଦ୍ରନ ଅଶ୍ୱିନ ଦୁଇଟି ଲେଖାଏ ଉଇକେଟ ନେଇଥିତ୍ଲେ। ଜବାବରେ ସିଏସ୍‌କେକୁ ଡେଭନ କନଓ୍ବେ ଓ ରାଚିନ ରବୀନ୍ଦ୍ରଙ୍କ ଓପନିଂ ଯୋଡ଼ି ୬୧ ରନର ଆରମ୍ଭ ଦେଇଥିଲା। ଶେଷ ଆଡ଼କୁ ମହେନ୍ଦ୍ର ସିଂ ଧୋନୀ ୧୩ ବଲରେ ୧ ଚୌକା ଓ ୩ ଛକା ସହିତ ୨୭ ରନ କରିଥିଲେ। ହେଲେ ତାହା ଯଥେଷ୍ଟ ହୋଇ ନ ଥିଲା। ଚେନ୍ନାଇ ୨୦ ଓଭରରେ ୫ ଉଇକେଟ ହରାଇ ୨୦୧ ରନ କରିପାରିଥିଲା। ପଞ୍ଜାବ ପାଇଁ ଲୋକି ଫର୍ଗୁସନ ଦୁଇ ଉଇକେଟ ନେଇଥିବା ବେଳେ ଗ୍ଲେନ ମ୍ୟାକ୍ସଓ୍ବେଲ ଗୋଟିଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?