Posted inଫୁରସତ

ଜାଣନ୍ତୁ କାହିଁକି କେବଳ ଜାନୁଆରୀ ୨୪ରେ ପାଳନ କରାଯାଏ କନ୍ୟା ସନ୍ତାନ ଦିବସ ?

ଭାରତରେ ପ୍ରତିବର୍ଷ ଜାନୁଆରୀ ୨୪ରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ କରାଯାଏ। ଝିଅମାନଙ୍କ ଅଧିକାର, ସେମାନଙ୍କ ଶିକ୍ଷା, ସ୍ବାସ୍ଥ୍ୟ ଏବଂ ସୁରକ୍ଷା ବିଷୟରେ ସମାଜରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଦିବସ ପାଳନ କରାଯାଏ। ତେବେ ଆସନ୍ତୁ ଜାଣିବା କେବେ ଏବଂ କାହିଁକି କନ୍ୟା ସନ୍ତାନ ଦିବସ ପାଳନ କରିବାର ଆବଶ୍ୟକତା ଅନୁଭବ ହୋଇଥିଲା।

ଭାରତ ସରକାରଙ୍କ ଦ୍ୱାରା ୨୦୦୮ରେ ଜାତୀୟ କନ୍ୟା ସନ୍ତାନ ଦିବସ ଆରମ୍ଭ କରାଯାଇଥିଲା। ଏହାକୁ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ଦ୍ୱାରା ଆରମ୍ଭ କରାଯାଇଥିଲା। କନ୍ୟା ସନ୍ତାନ ଦିବସ ପାଳନର ଉଦ୍ଦେଶ୍ୟ ହେଉଛି ସମାଜରେ ଝିଅମାନଙ୍କ ପ୍ରତି ପ୍ରଚଳିତ ଭେଦଭାବକୁ ଶେଷ କରିବା ଏବଂ ସେମାନଙ୍କୁ ସମାନ ସୁଯୋଗ ପ୍ରଦାନ କରିବା।

କାହିଁକି କେବଳ ଜାନୁଆରୀ ୨୪ରେ କନ୍ୟା ସନ୍ତାନ ଦିବସ ପାଳନ କରାଯାଏ?

୨୪ ଜାନୁଆରୀରେ କନ୍ୟା ସନ୍ତାନ ଦିବସ ପାଳନ କରିବାର କାରଣ ଇନ୍ଦିରା ଗାନ୍ଧୀଙ୍କ ସହ ଜଡ଼ିତ। ପ୍ରକୃତରେ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୨୪ ଜାନୁଆରୀ ୧୯୬୬ରେ ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥିଲେ। ଯେତେବେଳେ ଜଣେ ଝିଅ ଦେଶର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହୋଇଥିଲେ ଏହି ସ୍ବତନ୍ତ୍ର ଦିନଟିକୁ ଝିଅମାନଙ୍କ ପାଇଁ ଉତ୍ସର୍ଗ କରାଯାଇଥିଲା ଏବଂ ପ୍ରତିବର୍ଷ ୨୪ ଜାନୁଆରୀକୁ ଜାତୀୟ କନ୍ୟା ସନ୍ତାନ ଦିବସ ଭାବରେ ପାଳନ କରାଯାଇ ଆସୁଛି।

ପ୍ରତିବର୍ଷ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ଜାତୀୟ କନ୍ୟା ଦିବସର ବିଷୟବସ୍ତୁ ସ୍ଥିର କରେ। ୨୦୨୪ କନ୍ୟା ସନ୍ତାନ ଦିବସର ବିଷୟବସ୍ତୁ ଥିଲା ‘ଭବିଷ୍ୟତ ପାଇଁ କନ୍ୟା ସନ୍ତାନଙ୍କ ଦୃଷ୍ଟିକୋଣ’। ଚଳିତ ବର୍ଷର ବିଷୟବସ୍ତୁ ରହିଛି ‘ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କନ୍ୟାମାନଙ୍କର ସଶକ୍ତିକରଣ’।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri