ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍‌ ଦିବସ

ଅଟିଜିମ୍‌ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି। ଅଟିଜିମ୍‌ ହେଉଛି ଏମିତି ଏକ ସମସ୍ୟା, ଯାହାର କୌଣସି ଚିକିତ୍ସା ନଥାଏ। ଏପରି ପରିସ୍ଥିତିରେ, ଏହି ରୋଗ ବିଷୟରେ ଲୋକଙ୍କ ମଧ୍ୟରେ ଏକ ଭିନ୍ନ ମାନସିକତା ଦେଖାଯାଏ। ଯାହାକି ଅନେକ ନକାରାତ୍ମକ ପ୍ରଭାବ ପକାଇଥାଏ। ଏହା ସାଧାରଣତଃ ଶୈଶବରେ ଦେଖାଯାଇଥାଏ। ଏହା ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ରୋଗର ଶିକାର ଶିଶୁମାନେ ଅନ୍ୟମାନଙ୍କ ସହ କଥାବାର୍ତ୍ତା ହେବାରେ ଅସହଜ ଅନୁଭବ କରିଥାଆନ୍ତି। କଥା କହିବା ଓ ବୁଝିବାରେ ସେମାନଙ୍କୁ ସମସ୍ୟା ହୋଇଥାଏ। ତେବେ ଝିଅମାନଙ୍କ ଅପେକ୍ଷା ପୁଅମାନେ ବେଶି ଏହି ରୋଗର ଶିକାର ହୋଇଥାଆନ୍ତି।

ମିଳିତ ଜାତିସଂଘ ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୨ରେ ବିଶ୍ୱ ଅଟିଜିମ୍‌ ଦିବସ (WAAD) ପାଳନ କରିବ। ଚଳିତବର୍ଷର କାର୍ଯ୍ୟକ୍ରମ ନ୍ୟୁରାବିବିଧତା ଏବଂ ବିଶ୍ୱ ସ୍ଥାୟିତ୍ୱ ପ୍ରୟାସ ମଧ୍ୟରେ ସନ୍ଧିକରଣ ଉପରେ କେନ୍ଦ୍ରିତ। ଏହି ଦିନରେ ସଂଯୁକ୍ତ ରାଷ୍ଟ୍ରର ବିଶ୍ୱ ଯୋଗାଯୋଗ ବିଭାଗ ସହିତ ମିଳିତ ଭାବରେ ନ୍ୟୁରୋଡାଇଭର୍ସିଟି ଇନ୍‌ଷ୍ଟିଚ୍ୟୁଟ୍‌ (ION) ଦ୍ୱାରା ଆୟୋଜିତ ହେଉଛି। ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ, ତେଣୁ ଆମେ ଏଠାରେ କହିବୁ ଯେ, ବିଶ୍ୱ ଅଟିଜିମ ସଚେତନତା ଦିବସ କାହିଁକି ପାଳନ କରାଯାଏ ଜାଣନ୍ତୁ ସେ ସମ୍ପର୍କରେ…

ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ କ’ଣ?
ଜାତିସଂଘ (UN)୨୦୦୭ରେ ବିଶ୍ୱ ଅଟିଜିମ୍‌ ସଚେତନତା ଦିବସ ଆରମ୍ଭ କରିଥିଲା। ଏହାର ଉଦ୍ଦେଶ୍ୟ ଥିଲା ଲୋକମାନଙ୍କୁ ଅଟିଜିମ ବିଷୟରେ ସଚେତନ କରିବ। ପୂର୍ବରୁ ଏହି ଦିବସଟି କେବଳ ସଚେତନତା ସୃଷ୍ଟି କରିବା ପାଇଁ ପାଳନ କରାଯାଉଥିଲା କିନ୍ତୁ ଏବେ ଏହାର ଉଦ୍ଦେଶ୍ୟ ହେଉଛି ଅଟିଜିମ୍‌ ଥିବା ଲୋକମାନଙ୍କୁ ଗ୍ରହଣ କରିବା, ସେମାନଙ୍କୁ ସମାଜରେ ଏକ ସ୍ଥାନ ଦେବା ଏବଂ ସେମାନଙ୍କ ଅବଦାନକୁ ସ୍ବୀକୃତି ଦେବା।

ଚଳିତବର୍ଷ ଏହି ଦିନକୁ ଜାତିସଂଘର ନିରନ୍ତର ବିକାଶ ଲକ୍ଷ୍ୟ (SDGs) ସହିତ ଯୋଡ଼ାଯିବ। ଯେଉଁଥିରେ ଉନ୍ନତ ସ୍ବାସ୍ଥ୍ୟ ସୁବିଧା, ଭଲ ଶିକ୍ଷା, ନିଯୁକ୍ତି ସୁଯୋଗ ଏବଂ ସୁବିଧାଜନକ ସହରଗୁଡ଼ିକର ବିକାଶ ଆଦି ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?