ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ନଲେଜ୍‌-କ୍ରଲ

ଭୁବନେଶ୍ୱର,୧୩।୮: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲର ବାର୍ଷିକ ପ୍ରଦର୍ଶନୀ ‘ନଲେଜ୍‌-କ୍ରଲ୍‌-୨୦୨୪’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ଡା. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ଉତ୍କଳ ବିଶ୍ୱବିଦ୍ୟାଳୟ ଇଂରାଜୀ ବିଭାଗ ମୁଖ୍ୟ ପ୍ରଫେସର (ଡା.) ଅସୀମ ରଞ୍ଜନ ପାଢ଼ୀ ମୁଖ୍ୟ ଅତିଥି ଏବଂ କେନ୍ଦ୍ରୀୟ ବିଦ୍ୟାଳୟ-୩ ର ଉପାଧ୍ୟକ୍ଷ ସରୋଜ କୁମାର ଦାସ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ।
ସେହିଭଳି ଓଡିଏମ ସମୂହର ପ୍ରତିଷ୍ଠାତା ଡା. ମୀନକେତନ ପିଲାମାନଙ୍କ ଭିତରେ ଥିବା ଆଗ୍ରହକୁ ସମ୍ମାନ କରିବା ସହ ସେମାନଙ୍କ ପ୍ରତିଭାର ବିକାଶ ନିମନ୍ତେ ଶୁଭାଶୀର୍ବାଦ ପ୍ରଦାନ କରିଥିଲେ। ଏହି ପ୍ରଦର୍ଶନଟି ବିଜ୍ଞାନ, ସମାଜିକ ବିଜ୍ଞାନ ଏବଂ ଗଣିତ ବିଷୟକୁ ଆଧାରକରି ଆୟୋଜିତ କରାଯାଇଥିଲା। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରମାନେ ଏହି ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିଥିଲେ।
ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ୧୦୦ରୁ ଉର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ବିଚାରକମଣ୍ଡଳୀ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପ୍ରକଳ୍ପ, ଚାର୍ଟ, ମଡେଲ୍‌, କ୍ଷୁଦ୍ର ଚଳଚ୍ଚିତ୍ରଗୁଡିକୁ ପ୍ରଦର୍ଶନ କରି ମୂଲ୍ୟାୟନ କରିଥିଲେ। ବିଚାରକମଣ୍ଡଳୀ ଦ୍ୱାରା ଶ୍ରେଷ୍ଠ ବିବେଚିତ ପ୍ରକଳ୍ପ ଗୁଡିକୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟଂ ସତ୍ୟେନ୍ଦୁ, ଉପାଧ୍ୟକ୍ଷା ଡ.ସନ୍ଧ୍ୟାରାଣୀ ସ୍ବାଇଁ, ଶିକ୍ଷା ନିର୍ଦ୍ଦେଶକ ଡ. ଆର୍ତତ୍ରାଣ ମିଶ୍ର, ଉପାଧ୍ୟକ୍ଷ ଡା. ରାଜେଶ କୁମାର ପାଢ଼ୀ ଏବଂ ଅଭିଭାବକମାନେ ଏହି ପ୍ରଦର୍ଶନୀଗୁଡିକୁ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri