କୋଚିଲାଗଡ଼-ସିକିଡ଼ିକିଆ ରାସ୍ତା ବିପର୍ଯ୍ୟସ୍ତ

ଫୁଲବାଣୀ ଅଫିସ/ଟିକାବାଲି,୯ା୧: କନ୍ଧମାଳ ଜିଲାର ପ୍ରମୁଖ ସମସ୍ୟା ହେଉଛି ରାସ୍ତା। ଆଜି ପର୍ଯ୍ୟନ୍ତ ଜିଲାର ବହୁ ଦୁର୍ଗମ ଅଞ୍ଚଳକୁ ରାସ୍ତା ନାହିଁ। ଫଳରେ ଗ୍ରାମାଞ୍ଚଳର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କିନ୍ତୁ ଫୁଲବାଣୀ-ବ୍ରହ୍ମପୁର ଜାତୀୟ ରାଜପଥର ମାତ୍ର ୧୦୦ ମିଟର ଦୂର ଟିକାବାଲି ପଞ୍ଚାୟତ କୋଚିଲାଗଡ଼-ସିକିଡ଼ିକିଆ ରାସ୍ତାର ଅବସ୍ଥା ଦେଖିଲେ ପ୍ରଶାସନର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଜି ପର୍ଯ୍ୟନ୍ତ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କରାଯାଉନାହିଁ। ରାସ୍ତା ଖାଲ ଖମାରେ ଭର୍ତ୍ତି ହୋଇଯାଇଛି। ରାସ୍ତା ଉପରେ ଖାଲି ବଡ଼ ବଡ଼ ମେଟାଲ। ବାଇକ୍‌ରେ ଗଲେ ସବୁବେଳେ ଦୁର୍ଘଟଣା ଘଟୁଛି। ରାସ୍ତା ମରାମତି ପାଇଁ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଆସୁଥିଲେ ହେଁ ତାହା ଆଜି ପଯର୍ର୍‌ୟନ୍ତ କରାଯାଉନାହିଁ।
ବ୍ଲକ କାର୍ଯ୍ୟାଳୟଠାରୁ ମାତ୍ର ୨ କିମି ଦୂରରେ ରହିଛି ଏହି ରାସ୍ତା। ଆଜକୁ ପ୍ରାୟ ୨୦ବର୍ଷ ହେବ ରାସ୍ତା ସମତୁଲ ହୋଇ ମେଟାଲ କାମ ହୋଇଥିଲା। ସେହିଦିନଠାରୁ ଆଉ ରାସ୍ତା ମରାମତି କାମ ହୋଇନାହିଁ। କୋଚିଲାଗଡ଼ଠାରୁ ସିକିଡିକିଆ ଦେଇ ପାଲଚିପଦା ପର୍ଯ୍ୟନ୍ତ ପ୍ରାୟ ୨ କିମି ରାସ୍ତା ଏବେ ମରଣଯନ୍ତା। ସାମାନ୍ୟ ବର୍ଷା ହେଲେ ରାସ୍ତାରେ ପାଣି ଜମିରହୁଛି। ଯାତାୟତ ବେଳେ ଲୋକେ ଖାଲଖମା ଜାଣି ନ ପାରି ରାସ୍ତାରେ ଦୁର୍ଗଟଣଗ୍ରସ୍ତ ହେଉଛନ୍ତି। ରାତିରେ ଯାତାୟତ କରିବା କଥା ନ କହିବା ଭଲ। ଏହି ୩ଟି ଗ୍ରାମରେ ବସବାସ କରୁଥିବା ପରିବାର ଦୀପ ତଳ ଅନ୍ଧାର ଭଳି କାଳାତିପାତ କରୁଛନ୍ତି। ରାସ୍ତା ପାଇଁ ଲୋକେ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ ଖାଲି ସେମାନଙ୍କୁ ପ୍ରତିଶ୍ରୁତି ଦିଆଯାଉଛି। ହେଲେ କାମ ହେଉନାହିଁ। ସରପଞ୍ଚଙ୍କୁ କହିଲେ ରାସ୍ତା କାମ ପାଇଁ ପ୍ରସ୍ତାବ ଦିଆଯାଇଥିବା କହୁଛନ୍ତି। ଆମେ ବହୁ ହଇରାଣ ହେଉଛୁ। କାମ କେବେ ହେବ ତାହାକୁ ଆମେ ଚାହିଁବସିଛୁ ବୋଲି କୋଚିଲାଗଡ଼ର ଅକ୍ଷୟ କହଁର, ଆଦିକନ୍ଦ କହଁର, ସୁଧାକର କହଁର ପ୍ରମୁଖ ପ୍ରକାଶ କରିଛନ୍ତି। ଏ ନେଇ ସରପଞ୍ଚ କୁନ୍ଦୁରୁ ମଲ୍ଲିକଙ୍କୁ ପଚାରିବାରୁ ରାସ୍ତା କାମ ପାଇଁ ସମିତି ମିଟିଂରେ ବାରମ୍ବାର କହିଛି। କିଛି ଦିନ ତଳେ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ଏହି ରାସ୍ତାକୁ ଗ୍ରାମ୍ୟ ନିର୍ମାଣ ବିଭାଜନ(ଆରଡି)ରେ ଅନ୍ତର୍ଭୁକ୍ତ କରି ପିଚୁ କାମ କରିବାକୁ ପ୍ରସ୍ତାବ ଦେଇଛି। ଏ ପର୍ଯ୍ୟନ୍ତ କିଛି ପଦକ୍ଷେପ ନିଆଯାଇନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri