କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର ଧଜିଆ ଉଡ଼ାଇ ଅଯଥା ହସ୍ତକ୍ଷେପ କରିଥିଲେ ଏବଂ ବୈଠକକୁ ବିଧାୟକ, ଏମ୍‌ପିଙ୍କୁ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଥିଲେ ମଧ୍ୟ ବିଧାୟିକାଙ୍କୁ ଡକା ଯାଇନି କହି ବୈଠକ ହୋଇ ପାରିବ ନାହିଁ ବୋଲି ଜିଲା ପ୍ରଶାସନକୁ ଜଣାଇଥିଲେ ନିର୍ବାହୀ ଅଧିକାରିଣୀ। ତେବେ ନିର୍ବାହୀ ଅଧିକାରିଣୀଙ୍କ ଏଭଳି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ଜିଲା ପ୍ରଶାସନକୁ ତଥ୍ୟ ପ୍ରମାଣ ଆଧାରରେ ନିର୍ବାଚିତ କାଉନସିଲର ଓ ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନ ନିଆଯିବାରୁ ସେମାନେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ସହ ଏନେଇ ଏକ ମାମଲା ଦାୟର କରିଛନ୍ତି। ମାମଲା ଗୁରୁତ୍ୱ ଥିବା ଏବଂ ମ୍ୟୁନିସିପାଲିଟି ଆଇନକୁ ଜଣେ ସରକାରୀ ଅଧିକାରୀ ଜାଣିଶୁଣି ଅଣଦେଖା କରିବା ଅନୁଭବ କରି ହାଇକୋର୍ଟ ଏନେଇ ଜିଲା ପ୍ରଶାସନକୁ ତାଗିଦ କରିଛନ୍ତି। ଏନ୍‌ଏସିର ବୈଠକକୁ ଅଧ୍ୟକ୍ଷ ହିଁ ପରିଚାଳିତ କରିବେ ଏବଂ ଏଥିରେ କୌଣସି ଅଧିକାରୀ ହସ୍ତକ୍ଷେପ କରି ପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥି ସହିତ ଆଗାମୀ ୧୦ ଜାନୁୟାରୀରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଗଞ୍ଜାମ ଜିଲା ଅର୍ବାନ ପ୍ରୋଜେକ୍ଟ ଡାଇରେକ୍ଟର, ଜିଲାପାଳ, ତହସିଲଦାର ତଥା କୋଦଳା ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରିଣୀଙ୍କ ସମେତ ବିଭାଗୀୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରିଛନ୍ତି ହାଇକୋର୍ଟ।

ସୂଚନାଯୋଗ୍ୟ, ଗତ ୩୦ ସେପ୍ଟେମ୍ବରରେ କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ସାଧାରଣ ବୈଠକ ପାଇଁ ନୋଟିସ୍‌ କରିଥିଲେ ମଧ୍ୟ ଦାୟିତ୍ୱରେ ଥିବା ନିର୍ବାହୀ ଅଧିକାରିଣୀ ଉଦ୍ଦେଶ୍ୟ ମୂଳକ ଭାବେ ବୈଠକ କରାଇ ନ ଦେବାକୁ ଚାଲ୍‌ ରଚିଥିବା ଅଭିଯୋଗ କରିଥିଲେ ୮ କାଉନସିଲର ଓ ଅଧ୍ୟକ୍ଷ। ଯାହାକୁ ନେଇ ବିବାଦ ଉପୁଜିଥିଲା। କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀ ଜଣେ ତହସିଲଦାର ହୋଇଥିବାରୁ ଆଇନକୁ ଅବମାନନା କରିବା ନେଇ ଅନେକ ନାପସନ୍ଦ କରିଥିଲେ। ତେବେ ହାଇକୋର୍ଟରେ ମାମଲା ପରେ ଘଟଣା ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଏନେଇ ନିର୍ବାହୀ ଅଧିକାରିଣୀଙ୍କ ପ୍ରତିକ୍ରିୟା ପାଇଁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri