କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର ଧଜିଆ ଉଡ଼ାଇ ଅଯଥା ହସ୍ତକ୍ଷେପ କରିଥିଲେ ଏବଂ ବୈଠକକୁ ବିଧାୟକ, ଏମ୍‌ପିଙ୍କୁ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଥିଲେ ମଧ୍ୟ ବିଧାୟିକାଙ୍କୁ ଡକା ଯାଇନି କହି ବୈଠକ ହୋଇ ପାରିବ ନାହିଁ ବୋଲି ଜିଲା ପ୍ରଶାସନକୁ ଜଣାଇଥିଲେ ନିର୍ବାହୀ ଅଧିକାରିଣୀ। ତେବେ ନିର୍ବାହୀ ଅଧିକାରିଣୀଙ୍କ ଏଭଳି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ଜିଲା ପ୍ରଶାସନକୁ ତଥ୍ୟ ପ୍ରମାଣ ଆଧାରରେ ନିର୍ବାଚିତ କାଉନସିଲର ଓ ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନ ନିଆଯିବାରୁ ସେମାନେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ସହ ଏନେଇ ଏକ ମାମଲା ଦାୟର କରିଛନ୍ତି। ମାମଲା ଗୁରୁତ୍ୱ ଥିବା ଏବଂ ମ୍ୟୁନିସିପାଲିଟି ଆଇନକୁ ଜଣେ ସରକାରୀ ଅଧିକାରୀ ଜାଣିଶୁଣି ଅଣଦେଖା କରିବା ଅନୁଭବ କରି ହାଇକୋର୍ଟ ଏନେଇ ଜିଲା ପ୍ରଶାସନକୁ ତାଗିଦ କରିଛନ୍ତି। ଏନ୍‌ଏସିର ବୈଠକକୁ ଅଧ୍ୟକ୍ଷ ହିଁ ପରିଚାଳିତ କରିବେ ଏବଂ ଏଥିରେ କୌଣସି ଅଧିକାରୀ ହସ୍ତକ୍ଷେପ କରି ପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥି ସହିତ ଆଗାମୀ ୧୦ ଜାନୁୟାରୀରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଗଞ୍ଜାମ ଜିଲା ଅର୍ବାନ ପ୍ରୋଜେକ୍ଟ ଡାଇରେକ୍ଟର, ଜିଲାପାଳ, ତହସିଲଦାର ତଥା କୋଦଳା ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରିଣୀଙ୍କ ସମେତ ବିଭାଗୀୟ ସଚିବଙ୍କୁ ଏହି ମାମଲାରେ ପକ୍ଷଭୁକ୍ତ କରିଛନ୍ତି ହାଇକୋର୍ଟ।

ସୂଚନାଯୋଗ୍ୟ, ଗତ ୩୦ ସେପ୍ଟେମ୍ବରରେ କୋଦଳା ଏନ୍‌ଏସି ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ନାୟକ ସାଧାରଣ ବୈଠକ ପାଇଁ ନୋଟିସ୍‌ କରିଥିଲେ ମଧ୍ୟ ଦାୟିତ୍ୱରେ ଥିବା ନିର୍ବାହୀ ଅଧିକାରିଣୀ ଉଦ୍ଦେଶ୍ୟ ମୂଳକ ଭାବେ ବୈଠକ କରାଇ ନ ଦେବାକୁ ଚାଲ୍‌ ରଚିଥିବା ଅଭିଯୋଗ କରିଥିଲେ ୮ କାଉନସିଲର ଓ ଅଧ୍ୟକ୍ଷ। ଯାହାକୁ ନେଇ ବିବାଦ ଉପୁଜିଥିଲା। କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀ ଜଣେ ତହସିଲଦାର ହୋଇଥିବାରୁ ଆଇନକୁ ଅବମାନନା କରିବା ନେଇ ଅନେକ ନାପସନ୍ଦ କରିଥିଲେ। ତେବେ ହାଇକୋର୍ଟରେ ମାମଲା ପରେ ଘଟଣା ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ଏନେଇ ନିର୍ବାହୀ ଅଧିକାରିଣୀଙ୍କ ପ୍ରତିକ୍ରିୟା ପାଇଁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri