କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ କାରାଦଣ୍ଡ: ଲାଞ୍ଚ ମାମଲାରେ ରାୟ ପ୍ରକାଶ

ସୋନପୁର,୧୯।୧୨(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ତରଭାର ତତ୍କାଳୀନ ତହସିଲଦାର ଓ ସବ୍‌ରେଜିଷ୍ଟ୍ରାର ତଥା ବର୍ତ୍ତମାନ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ତହସିଲଦାରଭାବେ କାର୍ଯ୍ୟରତ ସୁବ୍ରତ କୁମାର ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ବେହେରାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ତରଭା ବ୍ଲକ୍‌ ଶିବତୁଲା ପଞ୍ଚାୟତ ଘାଟକଇଁତରା ଗ୍ରାମର ଆଇନଜୀବୀ କାହ୍ନୁଚରଣ ଦାଶ ତାଙ୍କର ଅନ୍ତର୍ଡା ମୌଜାରେ ଥିବା ଜମି ରେଜେଷ୍ଟ୍ରି କରିବା ପାଇଁ ଆବେଦନ କରିଥିଲେ। ହେଲେ ତହସିଲଦାର ବେହେରା ଏଥିପାଇଁ ୨୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ଦାଶ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ତହସିଲଦାର ବେହେରା ନିଜ ସରକାରୀ ବାସଭବନରେ ଥିବାବେଳେ ତାଙ୍କୁ ଅଭିଯୋଗକାରୀ ଦାଶ ଦାବି ମୁତାବକ ୨୦ହଜାର ଟଙ୍କା ଦେଇଥିଲେ। ଲାଞ୍ଚ ଗ୍ରହଣ କରିବା ସମୟରେ ସେ ଟଙ୍କା ସହ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ସମ୍ବଲପୁର ଭିଜିଲାନ୍ସ ପିଏସ୍‌ କେସ୍‌ ନଂ. ୨୯/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲା ଭିଜିଲାନ୍ସ କୋର୍ଟରେ ବିଚାରାଧୀନ ଥିଲା। ଭିଜିଲାନ୍ସ ବିଭାଗ ପକ୍ଷରୁ ଦାଖଲ କାଗଜପତ୍ରର ତଦାରଖ ପରେ ସମସ୍ତ ଦିଗକୁ ବିଚାରକୁ ନେଇ ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ରାୟ ପ୍ରକାଶ ପରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ତହସିଲଦାର ବେହେରାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବେ ବୋଲି ସୂଚନା ମିଳିଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜୟକୃଷ୍ଣ ସାହୁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri