କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ କାରାଦଣ୍ଡ: ଲାଞ୍ଚ ମାମଲାରେ ରାୟ ପ୍ରକାଶ

ସୋନପୁର,୧୯।୧୨(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ମାମଲାର ବିଚାରକରି ବଲାଙ୍ଗୀର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ମଳୟ ରଞ୍ଜନ ଦାଶ ସୁବର୍ଣ୍ଣପୁର ଜିଲା ତରଭାର ତତ୍କାଳୀନ ତହସିଲଦାର ଓ ସବ୍‌ରେଜିଷ୍ଟ୍ରାର ତଥା ବର୍ତ୍ତମାନ ନବରଙ୍ଗପୁର ଜିଲା କୋଡ଼ିଙ୍ଗା ତହସିଲଦାରଭାବେ କାର୍ଯ୍ୟରତ ସୁବ୍ରତ କୁମାର ବେହେରାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ବେହେରାଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ହଜାର ଟଙ୍କା ଜରିମାନା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ, ତରଭା ବ୍ଲକ୍‌ ଶିବତୁଲା ପଞ୍ଚାୟତ ଘାଟକଇଁତରା ଗ୍ରାମର ଆଇନଜୀବୀ କାହ୍ନୁଚରଣ ଦାଶ ତାଙ୍କର ଅନ୍ତର୍ଡା ମୌଜାରେ ଥିବା ଜମି ରେଜେଷ୍ଟ୍ରି କରିବା ପାଇଁ ଆବେଦନ କରିଥିଲେ। ହେଲେ ତହସିଲଦାର ବେହେରା ଏଥିପାଇଁ ୨୦ ହଜାର ଟଙ୍କା ଦାବି କରିଥିଲେ। ଏନେଇ ଦାଶ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ତହସିଲଦାର ବେହେରା ନିଜ ସରକାରୀ ବାସଭବନରେ ଥିବାବେଳେ ତାଙ୍କୁ ଅଭିଯୋଗକାରୀ ଦାଶ ଦାବି ମୁତାବକ ୨୦ହଜାର ଟଙ୍କା ଦେଇଥିଲେ। ଲାଞ୍ଚ ଗ୍ରହଣ କରିବା ସମୟରେ ସେ ଟଙ୍କା ସହ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। ସମ୍ବଲପୁର ଭିଜିଲାନ୍ସ ପିଏସ୍‌ କେସ୍‌ ନଂ. ୨୯/୨୦ରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲା ଭିଜିଲାନ୍ସ କୋର୍ଟରେ ବିଚାରାଧୀନ ଥିଲା। ଭିଜିଲାନ୍ସ ବିଭାଗ ପକ୍ଷରୁ ଦାଖଲ କାଗଜପତ୍ରର ତଦାରଖ ପରେ ସମସ୍ତ ଦିଗକୁ ବିଚାରକୁ ନେଇ ବିଚାରପତି ଉପରୋକ୍ତ ରାୟ ଦେଇଛନ୍ତି। ରାୟ ପ୍ରକାଶ ପରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ତହସିଲଦାର ବେହେରାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବେ ବୋଲି ସୂଚନା ମିଳିଛି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଜୟକୃଷ୍ଣ ସାହୁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri