ଆଉ ଫେରିବ ନାହିଁ ‘କଫି ଉଇଥ୍‌ କରନ୍‌’

ବମ୍ବେ: ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ କରନ୍‌ ଜୋହରଙ୍କ ଟକ୍‌ ଶୋ’ ‘କଫି ଉଇଥ୍‌ କରନ୍‌’ ଦର୍ଶକଙ୍କ ପ୍ରିୟ ଶୋ’ ମଧ୍ୟରୁ ଅନ୍ୟତମ। ହେଲେ ଏହା ଆଉ ଟେଲି ପରଦାରେ ଦେଖିବାକୁ ମିଳିବ ନାହିଁ। ନିକଟରେ ଏହାର ସପ୍ତମ ସିଜନ୍‌ ଆସିବ ବୋଲି ଚର୍ଚ୍ଚା ହେଉଥିବା ବେଳେ ଏବେ ତା’ ଉପରେ ବିରାମ ଲାଗିଛି। କରନ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।

କରନ୍‌ଙ୍କ ଶୋ’ ‘କଫି ଉଇଥ୍‌ କରନ୍‌’ରେ ବଲିଉଡ୍‌ର ସେଲିବ୍ରିଟିମାନେ ଅତିଥି ଭାବେ ଯୋଗ ଦେଉଥିଲେ। ସେମାନେ ନିଜର ବ୍ୟକ୍ତିଗତ ଜୀବନ ସହ ଜଡ଼ିତ ଅନେକ କଥା ସମସ୍ତଙ୍କ ସହ ବାଣ୍ଟୁଥିଲେ। ପୂର୍ବରୁ ଶୋ’ର ୬ ସିଜନ୍‌ ପ୍ରସାରିତ ହୋଇଛି। ଦର୍ଶକ ଏହାକୁ ପସନ୍ଦ କରିବା ସହ ଭରପୂର ଭଲପାଇବା ଦେଇଛନ୍ତି। ହେଲେ ଆଉ ଏହାର ସପ୍ତମ ସିଜନ୍‌ ଆସିବ ନାହିଁ ବୋଲି କରନ୍‌ ବୁଧବାର ସକାଳେ ଆଧିକାରୀକ ବିବୃତ୍ତି ଜାରି କରି କହିଛନ୍ତି।

ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି କରନ୍‌ ଲେଖିଛନ୍ତି, ‘କଫି ଉଇଥ୍‌ କରନ୍‌ର ୬ଟି ଯାକ ସିଜନ୍‌ ଆପଣଙ୍କ ସହ ମୋ’ ଜୀବନର ଅଂଶ ହୋଇ ରହିଛି। ହେଲେ ଏବେ ଏହା ଆଉ ଫେରିବ ନାହିଁ।’ ତେବେ ପୋଷ୍ଟ ଶେୟାର ବେଳେ କରନ୍‌ କ୍ୟାପ୍‌ଶନରେ ‘ଜରୁରୀ ସୂଚନା’ ବୋଲି ଲେଖିଛନ୍ତି। ନିର୍ଦ୍ଦେଶକ ଏନେଇ ଘୋଷଣା କରିବା ମାତ୍ରେ ପ୍ରଶଂସକ ନିରାଶ ହୋଇଛନ୍ତି।

 

View this post on Instagram

 

A post shared by Karan Johar (@karanjohar)


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?