Posted inରାଜ୍ୟ

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଓ ଗଞ୍ଜାମ ଆଦି ଜିଲାରେ ଗ୍ରୀଷ୍ମ ପ୍ରବାହ ପ୍ରବଳ ଅନୁଭୂତ ହୋଇଛି । ବର୍ତ୍ତମାନ ପାଣିପାଗ ବିଭାଗ ଅନୁସାରେ, ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ । ଯାହା ପରବର୍ତ୍ତୀ ସମୟରେ ଧୀରେଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ଯାଏଁ କମିବ।

ଆଜି ଦକ୍ଷିଣ ଓ କିଛି ଜିଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ଦକ୍ଷିଣ ଓ କିଛି ଜିଲାରେ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ର୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri