Posted inଖେଳ

ପୁଣି ଏକ ନୂଆ କୀର୍ତ୍ତିମାନ ହାସଲ କଲେ କୋହଲି

ମୁମ୍ବାଇ,୧୫।୧୧: ଭାରତ ପାଇଁ ନମ୍ବର-୩ରେ ବ୍ୟାଟ୍ସମ୍ୟାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ନ୍ୟୁଜିଲାଣ୍ଡ ପାଇଁ ନମ୍ବର-୩ରେ ବ୍ୟାଟିଂ କରୁଥିବା କେନ ୱିଲିୟମସନ ଚତୁର୍ଥ ଥର ପାଇଁ ଦିନିକିଆ ବିଶ୍ୱକପ୍‌ର ସେମିଫାଇନାଲ ମ୍ୟାଚ ଖେଳୁଛନ୍ତି। ଏହି ଦୁଇ ଖେଳାଳିଙ୍କ ଦଳ ଗତ ୪ଟି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିରାଟ କୋହଲି ଏବଂ କେନ ୱିଲିୟମସନ ମଧ୍ୟ ସେହି ସମସ୍ତ ସେମିଫାଇନାଲ ମ୍ୟାଚରେ ନିଜ ନିଜ ଦଳ ପାଇଁ ଖେଳିଛନ୍ତି। ଏହି ରେକର୍ଡ ସହିତ ବିରାଟ କୋହଲି ଏବଂ କେନ ୱିଲିୟମ୍ସନ ଚତୁର୍ଥ ଥର ପାଇଁ ବିଶ୍ୱକପ ସେମିଫାଇନାଲରେ ପହଞ୍ଚିବାରେ ଷଷ୍ଠ ଏବଂ ସପ୍ତମ ଖେଳାଳି ହୋଇଛନ୍ତ। ଏହି ବିଶ୍ୱକପରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। ଏହି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ମୁମ୍ବାଇର ୱାନକେଡେ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି।
ବିଶ୍ୱ କ୍ରିକେଟରେ ୪ ଥର ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ ଖେଳିଥିବା ବିଶ୍ୱର ପ୍ରଥମ କ୍ରିକେଟର ହେଉଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଇମ୍ରାନ ଖାନ। ଏହା ପରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଏବଂ ପୂର୍ବତନ ବୋଲର ଗ୍ଲେନ ମ୍ୟାକଗ୍ରାଥ ମଧ୍ୟ ୪ ଥର ବିଶ୍ୱକପ ସେମିଫାଇନାଲ ମ୍ୟାଚ ଖେଳିଛନ୍ତି। ଏହି ତାଲିକାର ଚତୁର୍ଥ ଖେଳାଳିଙ୍କ ନାମ ହେଉଛି ଶ୍ରୀଲଙ୍କାର ପୂର୍ବତନ ସ୍ପିନ ବୋଲର ଥିବା ମୁଥିଆ ମୁରଲୀଧରନ। ଏଥି ସହିତ ପଞ୍ଚମ ଖେଳାଳିଙ୍କ ନାମ ହେଉଛି ନ୍ୟୁଜିଲାଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ ରସ ଟେଲର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri