Posted inଖେଳ

ପୁଣି ଏକ ବିଶ୍ୱରେକର୍ଡ ହାସଲ କଲେ କୋହଲି

ଅହମଦାବାଦ,୧୭।୩: ଭାରତୀୟ ଅଧିନାୟକ ବିରାଟ କୋହଲି ଟି-୨୦ରେ ଆଉ ଏକ ରେକର୍ଡ ନେଇଛନ୍ତି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତୃତୀୟ ଟି-୨୦ରେ କୋହଲି ଅପରାଜିତ ୭୭ ରନ କରିଥିଲେ। ଏହା ସହିତ ସେ ଅଧିନାୟକ ଭାବରେ ସର୍ବାଧିକ ୧୧ ଥର ୫୦ରୁ ଅଧିକ ସ୍କୋର କରିଛନ୍ତି। ବିରାଟ କୋହଲି ହେଉଛନ୍ତି ଏକମାତ୍ର ବ୍ୟାଟ୍ସମ୍ୟାନ ଯିଏକି ଟି -୨୦ରେ ୩ ହଜାରରୁ ଅଧିକ ରନ ସ୍କୋର କରିଛନ୍ତି। ଶେଷ ମ୍ୟାଚ୍‌ରେ ମଧ୍ୟ ସେ ୭୩ ସ୍କୋର କରି ଅପରାଜିତ ରହି ଦଳକୁ ଜିତାଇଥିଲେ। କୋହଲି ତାଙ୍କ ଟି-୨୦ କ୍ୟାରିୟରରେ ୩୦୭୮ ରନ କରିଛନ୍ତି। ସେ ୨୭ ଥର ୫୦ରୁ ଅଧିକ ସ୍କୋର କରିଛନ୍ତି। ଏହି କୀର୍ତ୍ତିମାନ କରିବା ପାଇଁ ସେ ହେଉଛନ୍ତି ଏକମାତ୍ର ଖେଳାଳି। ତେବେ କୋହଲି ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି -୨୦ ଗୋଟିଏ ଶତକ ହାସଲ କରିବାରେ ସକ୍ଷମ ହୋଇନାହାଁନ୍ତି। ୫୦ ରୁ ଅଧିକ ସ୍କୋର କରିଥିବା ଅଧିନାୟକଙ୍କ ବିଷୟରେ କହିବାକୁ ଗଲେ କୋହଲି ନ୍ୟୁଜିଲ୍ୟାଣ୍ଡର ଅଧିନାୟକ କେନ ୱିଲିୟମସନଙ୍କ ସହ ସମାନ ହୋଇଛନ୍ତି। ୱିଲିୟମ୍ସନ ମଧ୍ୟ ୧୧ଥର ଏହି କୀର୍ତ୍ତିମାନ କରିଛନ୍ତି। ଅଷ୍ଟ୍ରେଲିଆ ଆରୋନ ଫିଞ୍ଚ ୧୦ଥର ଏହା କରିଥିବାବେଳେ ଇଂଲଣ୍ଡର ଇୟନ ମୋର୍ଗାନ ୯ ଥର ଏହା କରିଛନ୍ତି। ରୋହିତ ଶର୍ମା ୭ ଥର ଅଧିନାୟକ ଭାବରେ ୫୦ ପ୍ଲସ ସ୍କୋର କରିବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri