ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୯ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍‌ ଡୁ ପ୍ଲେସିଙ୍କ ସହିତ ଅଭ୍ୟାସ କରିବା ସହ ଉଭୟ ଖେଳାଳି କିଛି ସମୟ ଧରି ଆଲୋଚନା ମଧ୍ୟ କରିଥିଲେ। ଆସନ୍ତା ୨୨ ତାରିଖରେ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷରୁ ନିଜର ଅଭିଯାନ ଆରମ୍ଭ କରିବ ଆରସିବି। ଟୁର୍ନାମେଣ୍ଟକୁ ୪ ଦିନ ବାକି ରହିଥିବା ବେଳେ କୋହଲି ଅଭ୍ୟାସ ଆରମ୍ଭ କରିଛନ୍ତି। ଭାରତୀୟ ଟି୨୦ ବିଶ୍ୱକପ ଦଳରେ ସାମିଲକୁ ନେଇ କୋହଲିଙ୍କ ପାଇଁ ଆଇପିଏଲ୍‌ର ଗୁରୁତ୍ୱ ବଢିଯାଇଛି। ୩୫ ବର୍ଷୀୟ କୋହଲି ୨୦୨୨ ପରଠାରୁ ଅନ୍ତର୍ଜାତୀୟ ଟି୨୦ ଖେଳି ନ ଥିବା ବେଳେ ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସମାନ ସିରିଜ୍‌ରେ ଅଧିନାୟକ ରୋହିତ ଶର୍ମା ମଧ୍ୟ ପ୍ରତ୍ୟାବର୍ତ୍ତନ କରିଥିଲେ। ବିଗତ ସିଜନରେ କୋହଲି ୬୩୯ ରନ୍‌ ସ୍କୋର କରିଥିଲେ। ବ୍ୟକ୍ତିଗତ ଭାବେ କୋହଲି ଚମତ୍କାର ପ୍ରଦର୍ଶନ କରିଥିଲେ ମଧ୍ୟ ଆରସିବି ଥରେ ହେଲେ ଆଇପିଏଲ୍‌ ଟ୍ରଫି ହାସଲ କରିବାରେ ସମର୍ଥ ହୋଇନାହିଁ। ଉଲ୍ଲେଖଯୋଗ୍ୟ ଯେ, ପୁଅ ଅକାୟର ଜନ୍ମ ପାଇଁ କୋହଲି ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରୁ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri