ଆଇପିଏଲ୍‌ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ଆବୁଧାବି, ୨୨।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍‌ରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ମ୍ୟାଚ୍‌ରେ ବାଙ୍ଗାଲୋର ଅଧିନାୟକ କୋହଲି ୧୮ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ଏହି ଇନିଂସ ମଧ୍ୟରେ କୋହଲି ୨ଟି ଚୌକା ମାରିବା ସହ ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ଏହି ୨ଟି ଚୌକା ସହ ବିରାଟ ଆଇପିଏଲ୍‌ରେ ୫୦୦ ଚୌକା ମାରିଛନ୍ତି। ଆଇପିଏଲ୍‌ ଇତିହାସରେ ୫୦୦ କିମ୍ବା ଏହାଠାରୁ ଊର୍ଦ୍ଧ୍ୱ ଚୌକା ମାରିବାରେ କୋହଲି ୨ୟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ବିଶ୍ୱର ଏହି ବ୍ୟୟବହୁଳ ଟି୨୦ ଲିଗ୍‌ରେ ସର୍ବାଧିକ ଚୌକା ମାରିବାର ରେକର୍ଡ ଶିଖର ଧାଓ୍ବନଙ୍କ ନାମରେ ରହିଛି। ଧାଓ୍ବନ ବର୍ତ୍ତମାନ ସୁଦ୍ଧା ୧୬୯ ମ୍ୟାଚ୍‌ ଖେଳି ୫୭୫ ଚୌକା ମାରି ତାଲିକାର ସର୍ବାଗ୍ରେ ରହିଛନ୍ତି। ଏହି ତାଲିକାର ୩ୟ ଓ ୪ର୍ଥ ସ୍ଥାନରେ ଯଥାକ୍ରମେ ସୁରେଶ ରାଇନା (୪୯୩) ଓ ଗୌତମ ଗମ୍ଭୀର (୪୯୧) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri