Posted inଖେଳ

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ ୪୪ଟି ବଲରେ ୭୦ ରନ ସଂଗ୍ରହ କରଥିଲେ। ଏଥିରେ ୬ ଚୌକା ଓ ୩ ଛକା ସହାୟତାରେ କରିଥିଲେ। ବର୍ତ୍ତମାନ ଏହି ଅପରାଜିତ ଇନିଂସ ସହିତ ବିରାଟ କୋହଲି ବେଙ୍ଗାଲୁରୁର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସଙ୍କ ରେକର୍ଡ ଭାଙ୍ଗିଛନ୍ତି।
ଗୁଜରାଟ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ କୋହଲି ଏବି ଡି ଭିଲିୟର୍ସଙ୍କୁ ଛକାରେ ପଛରେ ପକାଇଛନ୍ତି। କୋହଲି ବର୍ତ୍ତମାନ ଆଇପିଏଲରେ ୨୫୪ ଛକା ପୂରଣ କରିଛନ୍ତି। ଡି ଭିଲିୟର୍ସ ତାଙ୍କ ଆଇପିଏଲ କ୍ୟାରିୟରରେ ୨୫୧ ଛକା ମାରିଥିଲେ। ମୁମ୍ବାଇ ଇଣ୍ଡିଆନ୍ସର ରୋହିତ ଶର୍ମା ୨୭୫ ଛକା ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଏଭଳି ପରିସ୍ଥିତିରେ କୋହଲି ମଧ୍ୟ ତାଙ୍କ ରେକର୍ଡ ଭାଙ୍ଗି ପାରିବେ। କ୍ରିସ ଗେଲ ଏହି ତାଲିକାରେ ପ୍ରଥମ ସ୍ଥାନରେ ଅଛନ୍ତି। ଗେଲ ତାଙ୍କ ଆଇପିଏଲ କ୍ୟାରିୟରରେ ୩୫୭ ଛକା ମାରିଥିଲେ।

ଆଇପିଏଲରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନ
କ୍ରିସ ଗେଲ- ୩୫୭ ଛକା
ରୋହିତ ଶର୍ମା- ୨୭୫ ଛକା
ବିରାଟ କୋହଲି- ୨୫୪ ଛକା
ଏବି ଡି ଭିଲିୟର୍ସ- ୨୫୧ ଛକା
ଏମ୍‌ଏସ୍‌ ଧୋନୀ- ୨୪୭ ଛକା

ବିରାଟ କୋହଲି ଆଇପିଏଲ ୨୦୨୪ରେ ୫୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଚଳିତ ସିଜନରେ ସେ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ସର୍ବାଧିକ ରନ ସ୍କୋର କରିବା ପରେ କୋହଲି ଅରେଞ୍ଜ କ୍ୟାପ ପିନ୍ଧିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କିଙ୍ଗ କୋହଲି ହାରାହାରି ୭୩.୪୩ ଏବଂ ଷ୍ଟ୍ରାଇକ ହାର ୧୪୭.୪୯ରେ ୧୦ଟି ଇନିଂସରେ ବ୍ୟାଟିଂ କରୁଥିବାବେଳେ ୫୦୦ ରନ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?